Thursday, March 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କବିତା ଭାଷା ସାହିତ୍ୟର ସର୍ବକାଳୀନ କୋମଳ ପ୍ରତିବେଦନ: ସାଧୁ ମେହେର

by Sanjay Swain
May 27, 2022
in Literature
କବିତା ଭାଷା ସାହିତ୍ୟର ସର୍ବକାଳୀନ କୋମଳ ପ୍ରତିବେଦନ: ସାଧୁ ମେହେର
31
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା):  କବିତା ଭାଷା ସାହିତ୍ୟର ସର୍ବକାଳୀନ କୋମଳ ପ୍ରତିବେଦନ । ଏହା ସମାଜକୁ ନିଆରା, ବୌଦ୍ଧିକ ଦିଗଦର୍ଶନ ଦେବାରେ କାହିଁ କେଉଁ କାଳରୁ ଆପଣାର ସାମର୍ଥ୍ୟ ଦେଖାଇ ଆସିଛି । କବିତା ହେଉଛି ଜନଜୀବନର ପଥ ପ୍ରଦର୍ଶକ । କବି ହିଁ ବଦଳେଇ ପାରିବ ଚଳନ୍ତି ପୃଥିବୀର ବିକାର ଓ ବିକୃତିକୁ । ପରିବର୍ତ୍ତନ କରିପାରିବ କଳୁଷ କବଳିତ ମଣିଷର ହୃଦୟ, ମୂଲ୍ୟବୋଧ ଅବକ୍ଷୟର ଅବରୋଧକୁ । ମୁମ୍ବଇରେ ଆଭସୀ ବ୍ୟବସ୍ଥାରେ ସାମ୍ବାଦିକ ତଥା କବି ରବିପ୍ରିୟ ଦାଶଙ୍କ ନୂତନ କବିତା ପୁସ୍ତକ ‘ଅନିର୍ବାଚିତ ସ୍ୱପ୍ନ’ ଉନ୍ମୋଚନ କରି ଏହା କହିଛନ୍ତି ଭାରତୀୟ ଚଳଚ୍ଚିତ୍ରର ବର୍ଷିଆନ ଅଭିନେତା, ନିର୍ଦେଶକ ତଥା ପ୍ରଯୋଜକ ପଦ୍ମଶ୍ରୀ ଡକ୍ଟର ସାଧୁ ମେହେର ।

ସେ କହିଛନ୍ତି, ସାମାଜିକ ବ୍ୟବସ୍ଥା ବିଶୃଙ୍ଖଳିତ ହୋଇପଡ଼ିଛି । ପ୍ରକୃତ ମଣିଷର ଅନ୍ତଃକରଣକୁ ସଜାଡ଼ିବାକୁ ହେଲେ ବୋଧଗମ୍ୟ ଓ ପ୍ରଭାବଶାଳୀ କବିତାର ଆବଶ୍ୟକ ପଡୁଛି । କବି ରବିପ୍ରିୟ ଦାଶଙ୍କ କବିତା ଭିତରେ ସ୍ୱପ୍ନ, ପ୍ରେମ, ମନନଶୀଳତା ଓ ଦର୍ଶନର ତତ୍ତ୍ୱବୋଧ ପରିପୂର୍ଣ୍ଣ । ଏହାର ମୂଲ୍ୟବୋଧ ପ୍ରତ୍ୟେକ ଜନଜୀବନକୁ ନିଶ୍ଚୟ ପ୍ରଭାବିତ କରିବ । ଡକ୍ଟର ମେହେର କହିଛନ୍ତି, ରବିପ୍ରିୟଙ୍କୁ ଜଣେ ସୁଦକ୍ଷ ସାମ୍ବାଦିକ ଭାବେ ଦୀର୍ଘବର୍ଷ ଧରି ମୁଁ ଜାଣିଛି । ତାଙ୍କର କେତେକ ସୁଶୋଭିତ କବିତା ବହି ପଢ଼ି ମୁଁ ଆନନ୍ଦିତ । ‘ଅନିର୍ବାଚିତ ସ୍ୱପ୍ନ’ ଭିନ୍ନ ଢ଼ଙ୍ଗର ଏକ ନିଆରା କବିତା ବହି । କବି ଏଥିରେ ମଣିଷର ଅସହାୟତା ଓ ଦୀର୍ଘଶ୍ୱାସ ଗୁଡ଼ିକୁ ରୂପ ଦେଇଛନ୍ତି । ୨୭ଟି କବିତାରେ ସେ ଚମକ୍ରାର ଭାବେ ବାସ୍ତବତାର ବିନ୍ୟାସରେ ମଣିଷର ସମକାଳ ସମସ୍ୟାଗୁଡ଼ିକୁ ଦେଖିଛନ୍ତି । କବିତାର ଲାଳିତ୍ୟ ଓ ବୌଦ୍ଧିକତାରେ ମୁଁ ବିମୋହିତ । ଓଡ଼ିଆ ସାହିତ୍ୟକୁ ଏହି ପୁସ୍ତକର ସରଳ ଓ ଭାବୋଦ୍ଧୀପକ ଭାଷା ନିଶ୍ଚୟ ସମୃଦ୍ଧ କରିବ ବୋଲି ଡକ୍ଟର ମେହେର ଆଶା ପ୍ରକାଶ କରିଛନ୍ତି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!