Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୨୯ ଯାଏଁ କାଳବୈଶାଖୀ ବର୍ଷା

by ସଞ୍ଜୟ ସ୍ୱାଇଁ
May 24, 2025
in State
ରାଜ୍ୟରେ ୨୯ ଯାଏଁ କାଳବୈଶାଖୀ ବର୍ଷା
50
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ୨୯ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା ହୋଇପାରେ । ଶନିବାର ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଅଧିକ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରବିବାର ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡ଼ା ଓ ସମ୍ବଲପୁରରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବୋହିପାରେ । ୨୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି ଓ କନ୍ଧମାଳରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବୋହିବ। ୨୭ ତାରିଖରେ କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ଅଛି। ବଜ୍ରପାତର ଆଶଙ୍କା ମଧ୍ୟ ଅଛି । ୨୮ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡିରେ ଅଧିକ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହିତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨୯ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ସାଙ୍ଗକୁ ଜୋରରେ ପବନ ବୋହିପାରେ । ଆରବସାଗର ଓ ବଙ୍ଗୋପସାଗର ଅଞ୍ଚଳରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିଥିବା ଜଳୀୟ ବାଷ୍ପ ପ୍ରଭାବରେ ଗତ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ବ୍ୟାପକ ବର୍ଷା ହୋଇଛି। ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଗଜପତି ଜିଲ୍ଲାର ଗୁମ୍ମା ଠାରେ ସର୍ବାଧିକ ୧୩୦ ମିମି ବର୍ଷା ରେକର୍ଡ ହୋଇଛି। କେନ୍ଦୁଝର ଚମ୍ପୁଆରେ ୧୦୬ ମିମି, କୋରାପୁଟ ସେମିଳିଗୁଡ଼ାରେ ୧୦୫ ମିମି, ନୂଆପଡ଼ା କୋମନାରେ ୧୦୦ମିମି, କୋରାପୁଟ ବନ୍ଧୁଗାଁରେ ୯୫ମିମି, ରାୟଗଡ଼ା କାଶୀପୁରରେ ୮୮, କୋରାପୁଟ ନନ୍ଦପୁରରେ ୮୫, କେନ୍ଦୁଝର ତେଲକୋଇରେ ୮୧, ଦିଗପହଣ୍ଡିରେ ୭୯, ଗୁଣପୁରରେ ୭୩, ବଲାଙ୍ଗିର ଦେଓଗାଁରେ ୭୨ମିମି, ଦେବଗଡ଼ରେ ୭୧.୬, ରାୟଗଡ଼ା କୋତ୍ରାଗୁଡ଼ାରେ ୭୦.୪, ବାଣପୁରରେ ୬୮, କନ୍ଧମାଳ ରାଇକିଆରେ ୬୬.୮ ଓ ମାଲକାନଗିରିର ମୈଥେଳିରେ ୬୫ ମିମି ବର୍ଷା ରେକର୍ଡ ହୋଇଛି ।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!