Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୨ ଯାଏଁ ରାଜ୍ୟରେ କାଳବୈଶାଖୀ ସ୍ଥିତି

by ସଞ୍ଜୟ ସ୍ୱାଇଁ
May 17, 2025
in State
୨୨ ଯାଏଁ ରାଜ୍ୟରେ କାଳବୈଶାଖୀ ସ୍ଥିତି
53
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସାରା ଓଡ଼ିଶାରେ ଦିନ ତମାମ ଭୀଷଣ ଖରା । ଉପକୂଳରେ ତାତିକୁ ଅସମ୍ଭାଳ ଗୁଳୁଗୁଳି। ଅପରାହ୍ନ ଓ ସନ୍ଧ୍ୟାରେ କିଛି କିଛି ସ୍ଥାନରେ କାଳବୈଶାଖୀ ଆଣୁଛି ବର୍ଷା, ପବନ। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରହିବ ଏପରି କାଳବୈଶାଖୀ ସ୍ଥିତି। ମାତ୍ର କାଳବୈଶାଖୀ ସତ୍ତେ୍ୱ ରାଜ୍ୟରେ ଗରମ ପ୍ରକୋପରୁ ବଡ଼ ଧରଣର ଆଶ୍ୱସ୍ତି ସମ୍ଭାବନା ଦେଖାଯାଉନି। ପାଣିପାଗ କେନ୍ଦ୍ର ପୂର୍ବାନୁମାନ ହେଲା, ଆସନ୍ତା ୬ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼, ନୂଆପଡ଼ାରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି କିମ୍ବା ତା’ଠାରୁ ଅଧିକ ରହିପାରେ। ଶନିବାର ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ାରେ କାଳବୈଶାଖୀ ପ୍ରଭାବରେ ୫୦-୬୦ କିମି ବେଗରେ ପବନ ସହ ବଜ୍ରପାତ ଆଶଙ୍କା ଅଛି ଅପରାହ୍ନ ଓ ସନ୍ଧ୍ୟାରେ । ଏନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ଗଜପତି, ବାଲେଶ୍ୱର, ସୁନ୍ଦରଗଡ଼, ଭଦ୍ରକରେ ଧୂଳିଝଡ଼, ୪୦-୫୦ କିମି ପବନ ଓ ବଜ୍ରପାତ ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ ଓ ଜଗତସିଂହପୁରରେ ଶନିବାର ଗରମ ସହ ଗୁଳୁଗୁଳି ନୟାନ୍ତ କରିପାରେ। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ପ୍ରତିଦିନ କିଛି କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ମାତ୍ର ଏହା ସତ୍ତେ୍ୱ ବି ତାତି ପ୍ରକୋପରୁ ବଡ଼ ଆଶ୍ୱସ୍ତି ସମ୍ଭାବନା ଦେଖାଯାଉନି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!