Tuesday, December 16, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକବିଂଶ ଶତାଦ୍ଦୀରେ କଳାହାଣ୍ଡିର ରୂପାନ୍ତର ଉଲ୍ଲେଖନୀୟ – ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
June 19, 2021
in State
ଏକବିଂଶ ଶତାଦ୍ଦୀରେ କଳାହାଣ୍ଡିର ରୂପାନ୍ତର ଉଲ୍ଲେଖନୀୟ – ମୁଖ୍ୟମନ୍ତ୍ରୀ
76
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଭବାନୀପାଟଣା ଠାରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିଛନ୍ତି। ଏଥିରେ ୧୬ଟି (ଆଇ.ସି.ୟୁ) ଓ ୧୬ଟି (ଏଚ.ଡି.ୟୁ) ଶଯ୍ୟା ସହିତ ଏକ ସ୍ୱତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ମଧ୍ୟ ରହିଛି । ଏଥିରେ ସମସ୍ତ ପ୍ରକାର ଆଧୁନିକ ଚିକିତ୍ସା ଉପକରଣ ରଖାଯାଇଛି । ଏହାଦ୍ୱାରା କଳାହାଣ୍ଡି ଓ ଆଖପାଖ ଅଞ୍ଚଳର ଲୋକମାନେ ଉନ୍ନତମାନର କୋଭିଡ ଚିକିତ୍ସା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ହସ୍‌ପିଟାଲ ପାଇଁ ବେଦାନ୍ତ ଗ୍ରୁପ ତଥା ଏହାର ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ହସ୍‌ପିଟାଲରେ ଚିକିତ୍ସା ଠାରୁ ଆରମ୍ଭ କରି ରୋଗ ନିରୂପଣ, ଔଷଧ, ଖାଦ୍ୟ ଆଦି ସବୁ ମାଗଣାରେ ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏକବିଂଶ ଶତାଦ୍ଦୀର କଳାହାଣ୍ଡି ବିଂଶ ଶତାଦ୍ଦୀର କଳାହାଣ୍ଡି ଠାରୁ ବହୁତ ଆଗକୁ ଯାଇପାରିଛି । ଗତ ଦୁଇ ଦଶକ ମଧ୍ୟରେ ବିକାଶର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଗତି କରିଛି । ଏ ରୂପାନ୍ତର ବାସ୍ତବିକ ଉଲ୍ଲେଖନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କଳାହାଣ୍ଡି ଆଜି ସାରା ଦେଶକୁ ଖାଦ୍ୟ ଯୋଗାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାହାଣ୍ଡିର ଏ ରୂପାନ୍ତର, କଳାହାଣ୍ଡି ଜିଲ୍ଲାର ଚାଷୀଭାଇ, ଯୁବସମାଜ ଓ ମା ମାନଙ୍କ ଉଦ୍ୟମ ଯୋଗୁ ସମ୍ଭବ ହୋଇପାରିଛି । କୋଭିଡ ମୁକାବିଲାରେ ରାଜ୍ୟର ପଦକ୍ଷେପ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ଦିନ ମଧ୍ୟରେ ରାଜ୍ୟରେ ୧୫ଟି ଅକ୍‌ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି । ଆଗାମୀ ଦୁଇ ମାସ ମଧ୍ୟରେ ଏଥିରୁ ଉତ୍ପାଦନ ଆରମ୍ଭ ହେବ। କୋଭିଡର ଦ୍ୱିତୀୟ ଲହରରେ ରୋଗୀ ମାନଙ୍କୁ ଅକ୍‌ସିଜେନ ସ୍ତର କମିବା ଯୋଗୁ ସାରା ଦେଶରେ ଅକ୍‌ସିଜେନ ଯୋଗାଣ ଉପରେ ଅତ୍ୟଧିକ ଚାପ ସୃଷ୍ଟି ହୋଇଥିଲା । ଏଭଳି ସମୟରେ ଓଡିଶା ୧୮ଟି ରାଜ୍ୟକୁ ଅକ୍‌ସିଜେନ ଯୋଗାଇ ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି । ଏଭଳି ସଂକଟ ସମୟରେ ମାନବତାର ସେବା ପାଇଁ ସୁଯୋଗ ପାଇବା ଓଡିଶାବାସୀଙ୍କ ପାଇଁ ନିଶ୍ଚିତ ଭାବରେ ସମ୍ମାନର ବିଷୟ ବୋଲି ମୁଖ୍ୟମନ୍ତ୍ରୀ ମତପ୍ରକାଶ କରିଥିଲେ । କୋଭିଡର ଦ୍ୱିତୀୟ ଲହରର ମୁକାବିଲାରେ କଳାହାଣ୍ଡିବାସୀ ଯେପରି ସାହସ ପ୍ରଦର୍ଶନ କରିଛନ୍ତି ସେଥିପାଇଁ ଜିଲ୍ଲାବାସୀଙ୍କୁ ତଥା ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଂଗନବାଡୀ କର୍ମୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ତୃତୀୟ ଲହର ପାଇଁ ଏବେଠାରୁ ପ୍ରସ୍ତୁତ ରହିବାକୁ ପୁଣି ଥରେ ପରାମର୍ଶ ଦେଇ ଜନସାଧାରଣଙ୍କୁ ସମସ୍ତଙ୍କୁ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚୟ ନେବା ପାଇଁ ନିବେଦନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାମାରୀ ହେଉ, ବା ପ୍ରାକୃତିକ ବିପର୍ୟ୍ୟୟ, ଆମେ ଯଦି ଠିକ୍‌ ଭାବରେ ଆଗରୁ ପ୍ରସ୍ତୁତ ହୋଇ ରହିବା, ତେବେ ଆମେ ନିଶ୍ଚୟ ବିଜୟ ଲାଭ କରିବା । ଏହି କାର୍ୟ୍ୟକ୍ରମରେ ଯୋଗ ଦେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ କଳାହାଣ୍ଡିରେ କୋଭିଡ ହସ୍‌ପିଟାଲ ସହିତ ମେଡିକାଲ କଲେଜ, ଜଳସେଚନର ବିକାଶ ଆଦି ବ୍ୟାପକ ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଶକ୍ତିମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର କହିଥିଲେ ଯେ କଳାହାଣ୍ଡିରେ କୋଭିଡ ମୁକାବିଲା ପାଇଁ ଦୁଇଟି ଅକ୍‌ସିଜେନ ପ୍ଲାଣ୍ଟ କରାଯାଇଛି, ହସ୍‌ପିଟାଲରେ ଭେଣ୍ଟିଲେଟର ବ୍ୟବସ୍ଥା କରାଯାଇଛି। ତେଣୁ କଳାହାଣ୍ଡିବାସୀ ଉନ୍ନତ କୋଭିଡ ଚିକିତ୍ସା ପାଇପାରିବେ ବୋଲି ସେ କହିଥିଲେ। କାର୍ୟ୍ୟକ୍ରମରେ କଳାହାଣ୍ଡି ସାଂସଦ ଶ୍ରୀ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ୍‌ କୁମାର, ଧର୍ମଗଡ ଓ ଲାଞ୍ଜିଗଡର ବିଧାୟକ ଯୋଗ ଦେଇ କୋଭିଡ ହସ୍‌ପିଟାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବଦ ଦେଇଥିଲେ । ଏହି କାର୍ୟ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇ ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲ କଳାହାଣ୍ଡିର ବିକାଶ ଓ ଓଡିଶାର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ । ସେ କହିଥିଲେ ଯେ କଳାହାଣ୍ଡି ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ରହିଛି । ମୁଁ ତାଙ୍କୁ ଯେତେବେଳେ ଭେଟିଛି, ସେ ସବୁବେଳେ କଳାହାଣ୍ଡିର ବିକାଶ ସଂପର୍କରେ ମୋ ସହିତ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ସବୁବେଳେ ଲୋକଙ୍କ ଉନ୍ନତି ଓ ରାଜ୍ୟର ବିକାଶ କଥା ଚିନ୍ତା କରନ୍ତି। ବାତ୍ୟା ସମୟରେ ମୁଖ୍ୟମନ୍ତ୍ରୀ ଯେଉଁଭଳି ଭାବରେ ନେତୃତ୍ବ ନେଇ ମୁକାବିଲା କଲେ ଓ ଲୋକଙ୍କ ଜୀବନର ସୁରକ୍ଷା କଲେ, ତାହା ଆଜି ସମଗ୍ର ବିଶ୍ବରେ ଚର୍ଚ୍ଚାର ବିଷୟ ହୋଇଛି । ଆମେ ଅନେକ ରାଜ୍ୟରେ କାମ କରୁଛୁ, କିନ୍ତୁ ଓଡିଶାରେ କାମ କରିବାର ଅଭିଜ୍ଞତା ମୋତେ ସବୁଠାରୁ ଭଲ ଅନୁଭବ ଦେଇଛି ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ। କଳାହାଣ୍ଡି ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ବେଦାନ୍ତ ର (ସି.ଏଫ.ଓ) ମୁଖ୍ୟ କାର୍ୟ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ୟ୍ୟକ୍ରମରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!