Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଥରରେ ଛେଚି ଯୁବକଙ୍କୁ ଲହୁଲୁହାଣ କଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
December 28, 2024
in Crime, State
ପଥରରେ ଛେଚି ଯୁବକଙ୍କୁ ଲହୁଲୁହାଣ କଲେ ଦୁର୍ବୃତ୍ତ
67
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): ବାଲି ମାଫିଆଙ୍କ ପୁଣି ଦାଦାଗିରି। ସପ୍ତାହେ ପୂର୍ବରୁ ବେଆଇନ ବାଲି ଜବତ କରିବାକୁ ଯାଇଥିବା ବେଳେ କପ୍ତିପଦା ଥାନା ଅଧିକାରୀଙ୍କୁ ବାଲି ମାଫିଆ ଆକ୍ରମଣ କରିଥିଲେ । ଘଟଣାକୁ ସାତ ଦିନ ବିତି ନ ଥିବା ବେଳେ ପୁଣି ଥରେ କପ୍ତିପଦା ଥାନା ଅଞ୍ଚଳରୁ ଆସିଛି ବାଲି ମାଫିଆଙ୍କ ଦାଦାଗିରିର ଘଟଣା। ସୂଚନା ମୁତାବକ, ଶୁକ୍ରବାର ରାତିରେ ବାଲି ମାଫିଆମାନେ ବଜରପୁର ବାଲି ଘାଟରୁ ଚୋରା ବାଲି ଚାଲାଣ କରୁଥିଲେ। ଚୋରା ଚାଲାଣ କରୁଥିବା ଦ୍ରୁତଗତିରେ ଟ୍ରାକ୍ଟର ଗୁଡିକ ଗାଁ ଭିତରେ ଯାଉଥିଲା। ଗାଁର ଯୁବକ ମାନସ କୁମାର ସାହୁ ଟ୍ରାକ୍ଟର ଅଟକାଇ ଦ୍ରୁତଗତିରେ ଚଳାଇବା ପାଇଁ ମନା କରିଥିଲେ । ଏହାକୁ ନେଇ ତାତିଥିଲେ ବାଲି ମାଫିଆ। ୪ ରୁ ୫ ମାଫିଆ ଯୁବକଙ୍କୁ ଅତର୍କିତ ଆକ୍ରମଣ କରିବା ସହିତ ପଥରରେ ତାଙ୍କ ମୁଣ୍ଡକୁ ଛେଚି ଦେଇଥିଲେ। ଫଳରେ ମାନସଙ୍କ ମୁଣ୍ଡ ଫାଟି ପ୍ରବଳ ରକ୍ତସ୍ରାବ ହୋଇଥିଲା। ତାଙ୍କ ଚିତ୍କାର ଶୁଣି ଗ୍ରାମବାସୀ ଆସି ତାଙ୍କୁ ଗୁରୁତର ଅବସ୍ଥାରେ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ତେବେ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିବା ସହିତ ଗୋଟିଏ ଟ୍ରାକ୍ଟର ମଧ୍ୟ ଜବତ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!