ଭୁବନେଶ୍ୱର,(ବାଘୁଆବାର୍ତ୍ତା) : ଆଗକୁ ଆସୁଛି ରଜ। ସେଥିପାଇଁ ଆଜି ରାଜ୍ୟରେ ରଜ ପାଇଁ ରାତ୍ରୀକାଳୀନ କର୍ଫ୍ୟୁ କୋହଳ ହେବ। ରଜ ପର୍ବକୁ ନଜରରେ ରଖି ଶୁକ୍ରବାର ରାତିର କର୍ଫ୍ୟୁକୁ କୋହଳ କରିଛନ୍ତି ରାଜ୍ୟ ସରକାର। ଶୁକ୍ରବାର ସନ୍ଧ୍ୟା ୭ଟାରୁ କର୍ଫ୍ୟୁ ଜାରି ହେବ ନାହିଁ। ରାତି ୧୦ଟା ଯାଏଁ ଦୋକାନ ବଜାର ଖୋଲା ରହିବ। ଶୁକ୍ରବାର ରାତି ୧୦ରୁ କର୍ଫ୍ୟୁ ଲାଗୁ ହେବ। ରବିବାର ପହିଲି ରଜ ଥିବା ବେଳେ ଶନିବାର ଓ ରବିବାର ସଟ୍ ଡାଉନ୍ ରହିବ। ତେଣୁ ଶୁକ୍ରବାର ସନ୍ଧ୍ୟାରେ କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଗତକାଲି ସୂଚନା ଦେଇଥିଲେ।





