Wednesday, September 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ୟାଙ୍ଗଷ୍ଟର ହାଇଦରର ମୃତ୍ୟୁବରଣ ପରେ ଶାନ୍ତି ଭଙ୍ଗ ଓ ସାମ୍ପ୍ରଦାୟିକ ଗଣ୍ଡଗୋଳ ଆଶଙ୍କା କରି କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି

by ସଞ୍ଜୟ ସ୍ୱାଇଁ
July 25, 2021
in Crime, State
ଗ୍ୟାଙ୍ଗଷ୍ଟର ହାଇଦରର ମୃତ୍ୟୁବରଣ ପରେ ଶାନ୍ତି ଭଙ୍ଗ ଓ ସାମ୍ପ୍ରଦାୟିକ ଗଣ୍ଡଗୋଳ ଆଶଙ୍କା କରି କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି
141
VIEWS
Share on FacebookShare on Twitter

କେନ୍ଦ୍ରାପଡ଼ା, (ବାଘୁଆବାର୍ତ୍ତା): ଗ୍ୟାଙ୍ଗଷ୍ଟର ହାଇଦର ପୋଲିସ ଏନକାଉଣ୍ଟରରେ ମୃତ୍ୟୁବରଣ କରିଛି । ଏହାପରେ କୌଣସି ପ୍ରକାର ଶାନ୍ତି ଭଙ୍ଗ ଓ ସାମ୍ପ୍ରଦାୟିକ ଗଣ୍ଡଗୋଳ ଆଶଙ୍କା କରି କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ । ଆସନ୍ତା ୩୦ ତାରିଖ ଯାଏ ଦିନ ୧୧ଟା ଯାଏ ୧୪୪(୨) ଧାରା ଜାରି ରହିବ । କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ସମେତ ବାରିମୂଳ, କପାଳେଶ୍ୱର, ଗୁଲନଗର, ଜାମଧର ପଞ୍ଚାୟତ ଅଞ୍ଚଳରେ କଡ଼ା କଟକଣା ଜାରି ହୋଇଛି । ସଂପୃକ୍ତ ଅଞ୍ଚଳରେ କେବଳ ପରିବା ଓ ଗ୍ରୋସରୀ ଦୋକାନ ସକାଳ ୭ଟାରୁ ଦିନ ୧୧ଟା ଯାଏ ଖୋଲା ରହିବ । ହୋଟେଲରୁ ଲୋକ କେବଳ ପାର୍ସଲ ଆଣି ପାରିବେ । ଅନ୍ୟ ଦୋକାନ ଖୋଲିବା ଓ ଗାଡ଼ିମୋଟର ଚଳାଚଳରେ କଟକଣା ରହିବ । ୫ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ । ସେପଟେ ହାଇଦରର ରଣପଡ଼ା ଅଞ୍ଚଳରେ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି । କୌଣସି ଆଇନଶୃଙ୍ଖଳା ଓ ଅପ୍ରୀତିକର ପରିସ୍ଥିତି ଆଶଙ୍କା କରି ଗୋଟିଏ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛି । ସେହିପରି ଦୁହୁରିଆ, ତିନି ମୁହାଣ ଓ ଗରାପୁର ଅଞ୍ଚଳରେ ଯାଞ୍ଚକୁ କଡ଼ାକଡ଼ି କରିଛି ପୋଲିସ । ଜିଲ୍ଲାର ପ୍ରବେଶ ପଥରେ ଗାଡ଼ିମୋଟର ସବୁ ଚେକିଂ କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!