Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘର ଭିତରୁ ବାହାରିଲା ଦୁର୍ଗନ୍ଧ, ମିଳିଲା ଡାକ୍ତରଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
September 13, 2023
in Crime, State
ଘର ଭିତରୁ ବାହାରିଲା ଦୁର୍ଗନ୍ଧ, ମିଳିଲା ଡାକ୍ତରଙ୍କ ମୃତଦେହ
200
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ବନ୍ଦ ଘରୁ ଅବସରପ୍ରାପ୍ତ ଡାକ୍ତରଙ୍କ ମୃତଦେହ ଉଦ୍ଧାର ହୋଇଛି। କେନ୍ଦୁଝର ସଦର ଥାନା ଅଞ୍ଚଳରୁ ଆସିଛି ଏପରି ଦୁଃଖଦ ଖବର। ଗାଁ ଲୋକଙ୍କଠାରୁ ଖବର ପାଇ ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ମହାଦେଈଜୋଡା ସ୍ଥିତ ନିଜ ଘରେ ରହୁଥିଲେ ଅବସରପ୍ରପର ଡାକ୍ତର ବଳରାମ ସାହୁ। ସେ ବିବାହ କରିନଥିଲେ। ତାଙ୍କର ନିକଟ ସମ୍ପର୍କୀୟମାନେ(ପରିବାର ଲୋକେ) ରାଜ୍ୟ ବାହାରେ ଚାକିରି କରୁଥିବାରୁ ଘରକୁ ପ୍ରାୟତଃ ଆସନ୍ତି ନାହିଁ। ତେଣୁ ଡାକ୍ତର ସାହୁ ଏକାକୀ ଘରେ ରୁହନ୍ତି। ଚାକିରିରୁ ଅବସର ପରେ ପରିବାର ଲୋକେ ତାଙ୍କୁ ବହୁତ ଡାକିଥିଲେ। ମାତ୍ର ସେ ଯିବାକୁ ରାଜି ହୋଇନଥିଲେ। କାରଣ ସେ ଗାଁ ଛାଡ଼ି ଯିବାକୁ ଚାହୁଁନଥିଲେ। ହେଲେ ଗତ ଦୁଇ ଦିନ ହେଲା ଡାକ୍ତର ସାହୁ ଘରୁ ବାହାରୁନଥିଲେ। ଆଜି ଘର ଭିତରୁ ଦୁର୍ଗନ୍ଧ ବାହାରିଥିଲା। ସ୍ଥାନୀୟ ଲୋକଙ୍କ ମନରେ ନାନା ସନ୍ଦେହ ସୃଷ୍ଟି ହୋଇଥିଲା। ଏନେଇ ଗାଁ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଗାଁରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ଏନେଇ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ଖବର ଦିଆଯାଇଥିବା ପୁଲିସ୍‌ ସୂତ୍ରରୁ ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!