ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପର୍ବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରତାପ କୁମାର ଶତପଥୀ ଅଧ୍ୟକ୍ଷତା କରିଥିବା ବେଳେ, ଲାଠିପଡା ସରପଞ୍ଚ ସରସ୍ୱତୀ ପଗଡ଼ ମୁଖ୍ୟ ଅତିଥି, ସମିତି ସଭ୍ୟା ସନ୍ଧ୍ୟାରାଣୀ ବେହେରା, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁରେଶ କୁମାର ପ୍ରଧାନ, ପଞ୍ଚସଖା ଶିକ୍ଷାସେତୁ ସଭାପତି ପ୍ରହଲ୍ଲାଦ ସାହୁ ସମ୍ମାନୀତ ଅତିଥି ରୁପେ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସୁବର୍ଣ୍ଣ ଜୟନ୍ତୀ କମିଟିର ସମସ୍ତ କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକଙ୍କ ସମେତ ଅତିଥି ବୃନ୍ଦ ପିଲା ମାନଙ୍କୁ ଖଡିଛୁଆଁ କରିବା ସଙ୍ଗେ ସଙ୍ଗେ ପିଲାମାନେ କିପରି ନିୟମିତ ବିଦ୍ୟାଳୟକୁ ଆସିବେ ତାହା ଉପରେ ଗୁରୁତ୍ୱ ଆରୋପ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ସହଯୋଗ କରିଥିଲେ ।






