Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

by ସଞ୍ଜୟ ସ୍ୱାଇଁ
June 29, 2022
in Crime, State
ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ
14
VIEWS
Share on FacebookShare on Twitter

ଜଗତସିଂହପୁର, (ବାଘୁଆବାର୍ତ୍ତା): ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ବଣିତ ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତା ମହିଳା ତିର୍ତ୍ତୋଲ ଥାନାରେ ଅଭିଯୋଗ କରିଛନ୍ତି। ସୂଚନାନୁଯାୟୀ, ଚଳିତ ମାସ ୧ ତାରିଖ ଦିନ ତିର୍ତ୍ତୋଲ ଥାନା ବଣିତ ଅଞ୍ଚଳର ଜଣେ ମହିଳା ମଧ୍ୟାହ୍ନ ସମୟରେ ରାହମା ବଜାରରେ ବସ୍‌କୁ ଅପେକ୍ଷା କରି ଠିଆ ହୋଇଥିଲେ। ଏହି ସମୟରେ ୩ ଜଣ ଯୁବକ ତାଙ୍କୁ ଲିପ୍ଟ ଦେବାକୁ କହି ଏକ କାର୍‌ରେ ପାରାଦୀପ ଆଡ଼କୁ ନେଇଯାଇଥିଲେ। ସେଠାରେ ତାଙ୍କୁ କୌଣସି ନିଶାଦ୍ରବ୍ୟ ଶୁଙ୍ଘାଇ ଅଚେତ ଅବସ୍ଥାରେ ଅଠର ବାଙ୍କୀ ନିକଟରେ ଏକ ଟ୍ରକ୍ ଡାଲାରେ ଗଣଦୁଷ୍କର୍ମ କରିଥିଲେ। ପରେ ଏହି ବାବଦରେ କାହାରିକୁ କିଛି କହିଲେ ଜୀବନରେ ମାରିଦେବାକୁ ଧମକ ଦେବା ସହ ଉଲଗ୍ନ ଫଟୋ ଭାଇରାଲ୍ କରିଦେବେ ବୋଲି ଧମକ ଦେଇଥିଲେ। ଫଳରେ ମହିଳା ଜଣଙ୍କ ଭୟଭୀତ ହୋଇ ନୀରବ ରହିଥିଲେ। ପରେ ମହିଳାଙ୍କ ସ୍ଵାମୀ ଏସମ୍ପର୍କରେ ଜାଣିବା ପରେ ଗତ ୨୬ ତାରିକ ଦିନ ତିର୍ତ୍ତୋଲ ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗ ପାଇବା ପରେ ତିର୍ତ୍ତୋଲ ପୋଲିସ ତଦନ୍ତ କରିବା ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!