Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଷୀଙ୍କ ପାଇଁ କୋଚିଳା ବ୍ୟାରେଜ ପ୍ରକଳ୍ପକୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
July 6, 2021
in Planning and Development, State
ଚାଷୀଙ୍କ ପାଇଁ କୋଚିଳା ବ୍ୟାରେଜ ପ୍ରକଳ୍ପକୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ
57
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ବନ୍ୟା ପ୍ଲାବିତ ଭଦ୍ରକ ଜିଲ୍ଲା ର ଧାମନଗର ଅଞ୍ଚଳବାସୀଙ୍କ ପାଇଁ ଖୁସିର ଖବର । ଧାମନଗର ବ୍ଲକର ବହୁ ପ୍ରତୀକ୍ଷିତ କୋଚିଳା ନଦୀର ବ୍ୟାରେଜ ପ୍ରକଳ୍ପକୁ ସରକାରଙ୍କ ପକ୍ଷରୁ ଅନୁମୋଦନ କରାଯାଇଛି । ୩୬୦ କୋଟି ଟଙ୍କାର ଏହି ପ୍ରକଳ୍ପର ଟେଣ୍ଡର ପ୍ରକ୍ରିୟା ଆସନ୍ତା ୧୯ ତାରିଖ ଦିନ ହେବ ବୋଲି ୫-ଟି ସଚିବ ଭିଡିଓ କନଫରେନ୍ସିଂ ଜରିଆରେ ସୂଚନା ଦେଇଛନ୍ତି । ଏହି ପ୍ରକଳ୍ପ ହେବା ଦ୍ବାରା ଧାମନଗର ବ୍ଲକରେ ବନ୍ୟା ନିୟନ୍ତ୍ରଣ ହେବା ସହ ଚାଷ ଜମିକୁ ଜଳସେଚନ ହୋଇପାରିବ । ଭଦ୍ରକ ବ୍ଲକ ପରିସରରେ ଥିବା ଭିଡିଓ କନଫରେନ୍ସିଂ ପ୍ରକୋଷ୍ଠରେ ଜିଲ୍ଲା ଯୋଜନା ବୋର୍ଡ ସଭାପତି ତଥା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ସହ ୫-ଟି ସଚିବ ଏହି ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ । ଏହି ବହୁ ପ୍ରତୀକ୍ଷିତ ପ୍ରକଳ୍ପଟି ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବା ସହ ୧୯ ତାରିଖରେ ଏହାର ଟେଣ୍ଡର ପ୍ରକ୍ରିୟା କରାଯିବ ବୋଲି ୫-ଟି ସଚିବ ଭିଡିଓ କନଫରେନ୍ସିଂ ଜରିଆରେ ସୂଚନା ଦେଇଥିଲେ । ଧାମନଗର ବ୍ଲକ ଏକ ବନ୍ୟା ପ୍ଲାବିତ ଅଞ୍ଚଳ, ପ୍ରତିବର୍ଷ ବୈତରଣୀ ଓ ଏହାର ଶାଖା ନଦୀରେ ବନ୍ୟା ଆସି ବହୁ ଧନଜୀବନ କ୍ଷୟକ୍ଷତି କରୁଛି । ବୈତରଣୀ – କୋଚିଳା ବ୍ୟାରେଜ ନିର୍ମାଣ ପାଇଁ ଦୀର୍ଘ ବର୍ଷ ଧରି ଦାବି କରି ଆସୁଥିଲେ ଧାମନଗରବାସୀ । ମୁଖ୍ୟମନ୍ତ୍ରୀ ସେମାନଙ୍କ ଦୁଃଖ ଶୁଣିଛନ୍ତି । ଏହି ପ୍ରକଳ୍ପ ହେବା ଦ୍ବାରା ଧାମନଗରରେ ଚାଷୀମାନେ ଉପକୃତ ହେବା ସହ ବନ୍ୟା ଦାଉରୁ ରକ୍ଷା ପାଇପାରିବେ ବୋଲି ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ୍ୟ ବ୍ୟୋମକେଶ ରାୟ କହିଛନ୍ତି । ଏହି ପ୍ରକଳ୍ପଟି ସରକାରଙ୍କ ପକ୍ଷରୁ ଅନୁମୋଦନ କରାଯାଇଥିବାରୁ, ଧାମନଗର ବ୍ଲକ ଚେୟାରମ୍ୟାନ ଅଶୋକ ନାୟକଙ୍କ ସମେତ ଧାମନଗର ବାସିନ୍ଦାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦିଆଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!