Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମ୍ବାଦିକଙ୍କୁ ଚାପୁଡା ମାରିଲେ ମହିଳା କନେଷ୍ଟବଳ, ବିଧାୟକଙ୍କୁ ଘେରିଲେ ସାମ୍ବାଦିକ ସଂଘ

by ସଞ୍ଜୟ ସ୍ୱାଇଁ
July 22, 2021
in State
ସାମ୍ବାଦିକଙ୍କୁ ଚାପୁଡା ମାରିଲେ ମହିଳା କନେଷ୍ଟବଳ, ବିଧାୟକଙ୍କୁ ଘେରିଲେ ସାମ୍ବାଦିକ ସଂଘ
175
VIEWS
Share on FacebookShare on Twitter

କେନ୍ଦ୍ରାପଡା, (ବାଘୁଆବାର୍ତ୍ତା): ୱେବ ଚ୍ୟାନେଲ ସାମ୍ବାଦିକଙ୍କୁ ମହିଳା କନେଷ୍ଟବଳ ମାଡ଼ ମାରିବା ଘଟଣା।ଏହାର ପ୍ରତିବାଦରେ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ବିଧାୟକଙ୍କୁ ଘେରିଛନ୍ତି ସାମ୍ବାଦିକ ସଂଘ। ଗତକାଲି ମହିଳା କନେଷ୍ଟବଳ ଜଣକ ମାସ୍କ ନପିନ୍ଧି କାର୍ୟ୍ୟ କରୁଥିବା ଫଟୋ ଭାଇରାଲକୁ ନେଇ ମହିଳା କନେଷ୍ଟବଳ ଜଣକ ରାଗିଯାଇଥିଲେ। କେନ୍ଦ୍ରାପଡ଼ା ଏସପିଙ୍କ କାର୍ୟ୍ୟାଳୟ ସମ୍ମୁଖରେ ଜଣେ କାର୍ୟ୍ୟରତ ସାମ୍ବାଦିକଙ୍କୁ ମାଡ଼ ମାରିବା ସହ ତାଙ୍କ ସାର୍ଟ ଚିରି ଦେଇଥିଲେ। ସାମ୍ବାଦିକ ଜଣକ ନିଜର ପରିଚୟ ଦେଉଥିଲେ ମଧ୍ୟ କିଛି ଶୁଣି ନଥିଲେ ମହିଳା କନେଷ୍ଟବଳ। କେନ୍ଦ୍ରାପଡ଼ା ଏସପିଙ୍କ କାର୍ୟ୍ୟଳୟ ସମ୍ମୁଖରେ ବିଜେପି ଧାରଣାସ୍ଥଳକୁ ଖବର ସଂଗ୍ରହ ପାଇଁ ଯାଇଥିବା ସାମ୍ବାଦିକ ଜଣକ ମହିଳା କନେଷ୍ଟବଳ ମାସ୍କ ପିନ୍ଧିନଥିବା ଫଟୋକୁ ସୋସିଆଲ ମିଡିଆରେ ଛାଡିଥିଲେ। ଏହି ଘଟଣାରେ ଖପ୍ପା ହୋଇ ମହିଳା କନେଷ୍ଟବଳ ଉକ୍ତ ସାମ୍ବାଦିକଙ୍କ କଲରକୁ ଟାଣି ମାଡ଼ ମାରିଥିଲେ। ଏହି ଘଟଣାକୁ ନେଇ ସାମ୍ବାଦିକ ମହଲରେ ନିନ୍ଦା କରାଯାଇଥିବା ବେଳେ ମହିଳା କନେଷ୍ଟବଳଙ୍କ ନିଲମ୍ବନ ଦାବି କରିଛନ୍ତି। ଆଜି କେନ୍ଦ୍ରାପଡାରେ ଏକ ସରକାର କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ଅବସରରେ ଜିଲ୍ଲାର ସବୁ ବିଧାୟକଙ୍କୁ ସାମ୍ବାଦିକମାନେ ଘେରିଥିଲେ। ସାମ୍ବାଦିକଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ କାର୍ୟ୍ୟାନୁଷ୍ଠାନ ଦାବି କରିଥିଲେ। ସାମ୍ବାଦିକଙ୍କ ଏକ ପ୍ରତିନିଧି ଦଳ ସହ ବିଧାୟକମାନେ ଆଲୋଚନା କରିଛନ୍ତି।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!