Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଙ୍ଗୋପସାଗରରେ ଲଘୁଚାପ, ୧୪ ଜିଲ୍ଲା ପାଇଁ ସତର୍କତା ଜାରି

by ସଞ୍ଜୟ ସ୍ୱାଇଁ
July 29, 2021
in Feature News
୪ ଦିନ ପରେ ମୌସୁମୀ ଛୁଇଁବ କେରଳ
301
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ସକ୍ରିୟ ରହିଛି । ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ,ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶାର କେତେକ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉତ୍ତର ଓଡ଼ିଶାର ବାଲେଶ୍ବର ଓ ମୟୁରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ସୁନ୍ଦରଗଡ଼,ଝାରସୁଗୁଡ଼ା ଅନୁଗୁଳ, ଦେବଗଡ଼,ସମ୍ବଲପୁର, ଯାଜପୁର,ଭଦ୍ରକ, କେନ୍ଦୁଝର, ବୌଦ୍ଧ, ଢେଙ୍କାନାଳ ଆଜି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ବା ହଳଦିଆ ସତର୍କତା ଜାରି କରାଯାଇଛି । ଜୁଲାଇ ୩୦ ବେଳକୁ ପଶ୍ଚିମଓଡ଼ିଶାର ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ବଲାଙ୍ଗୀର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ଦୃଷ୍ଟିରୁ ଆସନ୍ତା ୪୮ ଘଣ୍ଟା ପାଇଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!