Sunday, November 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶାରେ ମୌସୁମୀ ବାୟୁ, ବଙ୍ଗୋପସାଗରରେ ଲଘୁଚାପ

by Anil Panda
June 12, 2020
in Feature News
ଓଡ଼ିଶାରେ ମୌସୁମୀ ବାୟୁ, ବଙ୍ଗୋପସାଗରରେ ଲଘୁଚାପ
58
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା) :   ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ହୋଇଛି। ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଫଳରେ ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଏହା ମୌସୁମୀକୁ ସକ୍ରିୟ କରିଛି। ଏଥିସହିତ ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ରାଜ୍ୟର ଅନ୍ୟ କିଛି ଅଞ୍ଚଳରେ ସକ୍ରିୟ ହେବା ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନ‌ା ଦିଆଯାଇଛି। ଅନ୍ୟପକ୍ଷରେ ପୂର୍ବ -କେନ୍ଦ୍ରୀୟ ଓ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଛି। ଅର୍ଥାତ୍‌ ଲଘୁଚାପ କ୍ଷେତ୍ରଟି ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ରହିଛି। ଏହା କ୍ରମେ ପଶ୍ଚିମ- ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳ ଓଡ଼ିଶା ତଥା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।  ଆଜି କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇଟି ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣି ଜାରି କରାଯାଇଛି। ଶୁକ୍ରବାର ସକାଳ ସୁଦ୍ଧା ରାଜ୍ୟର ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ପୁରୀ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାର ଗୋଟିଏ/ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ନୟାଗଡ଼ ଜିଲ୍ଲାରେ ମଧ୍ୟ ଆଜି ସକାଳୁ ବର୍ଷା ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!