ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଠିପଡା ପରସିରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ଲାଠିପଡା ଗ୍ରାମ ପଞ୍ଚାୟତର ସରପଞ୍ଚ ସରସ୍ୱତୀ ପଗଡ଼ ମୁଖ୍ୟ ଅତିଥି ରୁପେ ଯୋଗ ଦେଇଥିବା ବେଳେ ସମିତି ସଭ୍ୟା ସନ୍ଧ୍ୟାରାଣୀ ବେହେରା, ଅତିରିକ୍ତ ମଣ୍ଡଳ ଶିକ୍ଷାଅଧିକାରୀ ସଞ୍ଜୟ କୁମାର ମଲ୍ଲିକ, ଗ୍ରାମ ସଭାପତି ଭାଗୀରଥି ସାହୁ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁରେଶ କୁମାର ପ୍ରଧାନ, ପଞ୍ଚସଖା ଶିକ୍ଷାସେତୁ ସଭାପତି ପ୍ରହଲ୍ଲାଦ ସାହୁ ପ୍ରମୁଖ ସମ୍ମାନିତ ଅତିଥି ରୁପେ ଯୋଗ ଦେଇଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗନେଇଥିବା ପ୍ରତିଯୋଗୀ ମାନଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରତାପ କୁମାର ଶତପଥୀଙ୍କ ସଭାପତିତ୍ୱରେ ଆୟୋଜିତ ଉକ୍ତ ଉତ୍ସବରେ ଶିକ୍ଷକ ସୁରେଶ କୁମାର ସେଠୀ ଏବଂ ସ୍ୱାତୀ ସରିନ ଦାସ ସଂଯୋଜନା କରିଥିଲେ । ଉକ୍ତ ଉତ୍ସବଟିକୁ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ସହଯୋଗ କରି ସାଫଲ୍ୟ ମଣ୍ଡିତ କରିଥିବାରୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମସ୍ତଙ୍କୁ ହାର୍ଦ୍ଧିକ ଅଭିନନ୍ଦ ଜଣାଇଛନ୍ତି ।






