Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶହୀଦ ଲକ୍ଷ୍ମଣ ନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଉତ୍ସବ ପାଳିତ

by ସଞ୍ଜୟ ସ୍ୱାଇଁ
March 30, 2021
in Feature News
ଶହୀଦ ଲକ୍ଷ୍ମଣ ନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଉତ୍ସବ ପାଳିତ
76
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଦିବାସୀ ଜୀବନର ଚିରନ୍ତନ କାହାଣୀ ତଥା ଗତାନୁଗତିକତାର ପ୍ରାଚୀନକୁ ଭାଙ୍ଗି ନୂଆ ଚିନ୍ତା ଓ ଚେତନାରେ ସେମାନଙ୍କୁ ଉଦ୍‌ବୁଦ୍ଧ କରିବାରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ଭୂମିକା ଅବିସ୍ମରଣୀୟ । ତାଙ୍କର ଅସୀମ ତ୍ୟାଗ ଓ ଦେଶପ୍ରେମ ଆଦିବାସୀଙ୍କ ପ୍ରାଣରେ ବି୍ରଟିଶ ଶାସନ ବିରୁଦ୍ଧରେ ଲଢ଼ିବାର ସାମର୍ଥ୍ୟ ଆଣିଦେଇଥିଲା ବୋଲି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା କହିଛନ୍ତି । ଆଜି ଜୟଦେବ ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ଉଭୟ ମଞ୍ଚ ଓ ଭର୍ଚୁଆଲ ବ୍ୟବସ୍ଥାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶହୀଦ ଲକ୍ଷ୍ମଣ ନାଏକ ଶ୍ରାଦ୍ଧଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ସାରକା କହିଲେ ଯେ ଗାନ୍ଧୀଜୀଙ୍କର ଅହିଂସାକୁ ପରମ ଅସ୍ତ୍ର ଭାବେ ଗ୍ରହଣ କରି ଲକ୍ଷ୍ମଣ ନାଏକ ସ୍ଥାନୀୟ  ଜନସାଧାରଣଙ୍କ ମଧ୍ୟରେ ଦେଶପ୍ରେମ ଉଦ୍ରେକ କରିବା ସହ ସେମାନଙ୍କୁ ସେମାନଙ୍କ ଅଧିକାର ସଂପର୍କରେ ସଚେତନ କରାଇ ପାରିଥିଲେ ।
ଶ୍ରାଦ୍ଧ ଉତ୍ସବରେ ସଭାପତିତ୍ୱ କରି ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ କହିଥିଲେ ଲକ୍ଷ୍ମଣ ନାଏକଙ୍କ ସତ୍ୟପ୍ରୀତି ଓ ସମ୍ବେଦନଶୀଳତା ତଥା ବି୍ରଟିଶ ଶାସନର ଅନ୍ୟାୟ, ଅତ୍ୟାଚାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିବାର ସାଫଲ୍ୟ କ୍ୱଚିତ ବ୍ୟକ୍ତିଙ୍କ ପାଖରେ ଦୃଷ୍ଟି ଗୋଚର ହୁଏ । ତାଙ୍କର ଅନନ୍ୟ ଦେଶପ୍ରେମ ଆଦିବାସୀଙ୍କ ମଧ୍ୟରେ ଅପୂର୍ବ ଜାଗରଣ ସୃଷ୍ଟି କରିଥିଲା । ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍‌ ମହାନ୍ତି ଶହୀଦ ଲକ୍ଷ୍ମଣ ନାଏକଙ୍କୁ କୋରାପୁଟ ଗାନ୍ଧୀ ବା ମାଲକାନଗିରି ଗାନ୍ଧୀ ଭାବେ ଚିତ୍ରିତ କରାଯାଉଥିବାବେଳେ ତାଙ୍କର ସ୍ୱଳ୍ପ ଜୀବନକାଳ ମଧ୍ୟରେ ଦେଶାମତୃକା ପାଇଁ ଯାହା କରିଯାଇଛନ୍ତି ତାହା ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି କହିଥିଲେ । ଶହୀଦ ଲକ୍ଷ୍ମଣ ନାଏକଙ୍କ ଫଟୋଚିତ୍ରରେ ପୁଷ୍ପାର୍ଘ୍ୟ ଅର୍ପଣ ପରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରି ଶହୀଦ ଲକ୍ଷ୍ମଣ ନାଏକଙ୍କ ତ୍ୟାଗ, ଆଦର୍ଶ ଏବଂ ଦେଶପ୍ରୀତି ଚିରଦିନ ପାଇଁ ସମସ୍ତଙ୍କୁ ଅନୁପ୍ରାଣିତ କରିବ ବୋଲି ମନ୍ତବ୍ୟ ରଖିଥିଲେ । ଭର୍ଚୁଆଲ୍‌ ମାଧ୍ୟମରେ ସାଂସଦ ମୁନ୍ନା ଖାନ୍‌, ସାଂସଦ ସପ୍ତଗିରି ଉଲାକା, ବିଧାୟକ ପ୍ରୀତମ ପାଢ଼ୀ, ବିଧାୟକ ନିତ୍ୟାନନ୍ଦ ଗଣ୍ଡ ଶ୍ରାଦ୍ଧ ଦିବସରେ ସଂଯୁକ୍ତ ହୋଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ରଘୁନାଥ ଗମାଙ୍ଗ, ବିଧାୟକ ପ୍ରକାଶ ମାଝୀ ଏବଂ ମକରନ୍ଦ ମୁଦୁଲି ସଭାରେ ଉପସ୍ଥିତ ରହି ଶହୀଦ ଲକ୍ଷ୍ମଣ ନାଏକଙ୍କ ବ୍ୟକ୍ତିତ୍ୱର ବିଭିନ୍ନ ଦିଗ ସଂପର୍କରେ ଆଲୋଚନା କରିବା ସହ ଭାରତ ସ୍ୱାଧୀନ କିପରି ହେବ ତାହା ହିଁ ତାଙ୍କର ସ୍ୱପ୍ନ ଏବଂ ସଂକଳ୍ପ ରହିଥିବା ବୋଲି କହିଥିଲେ ।
ଶ୍ରାଦ୍ଧ ଉତ୍ସବ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ସକାଳେ ଭୁବନେଶ୍ୱରସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଏବଂ କଳିଙ୍ଗ ହସ୍‌ପିଟାଲ୍‌ ଛକସ୍ଥିତ ଶହୀଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଏବଂ ବିଧାୟକ ରଘୁନାଥ ଗମାଙ୍ଗ, ପ୍ରକାଶ ମାଝୀ, ମକରନ୍ଦ ମୁଦୁଲି ଏବଂ ବିଭାଗୀୟ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ଏବଂ ବିଭଗାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
ରାଜ୍ୟସ୍ତରୀୟ ଶ୍ରାଦ୍ଧ ଉତ୍ସବ କାର୍ଯ୍ୟକ୍ରମକୁ ସୂଚନା ଅଧିକାରୀ ପ୍ରମିଳା ମାଝୀ ସଂଯୋଜନା କରିଥିବାବେଳେ ଶବରୀ ସାଂସ୍କୃତିକ ସଂସଦର ଯୁଗ୍ମ ସଂପଦାକ ନୀଳମାଧବ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!