Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂଜ୍ୟ ପୂଜା କମିଟି ନୟାଗଡ଼:ଦାସିଆ ଅଜାଙ୍କ ୨୫ ତମ ଶ୍ରାଦ୍ଧ ଉତ୍ସବ ଅନୁଷ୍ଠିତ 

by ସଞ୍ଜୟ ସ୍ୱାଇଁ
September 12, 2022
in Feature News, Nayagarh
ପୂଜ୍ୟ ପୂଜା କମିଟି ନୟାଗଡ଼:ଦାସିଆ ଅଜାଙ୍କ ୨୫ ତମ ଶ୍ରାଦ୍ଧ ଉତ୍ସବ ଅନୁଷ୍ଠିତ 
93
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ କଚେରୀ ବଜାର ସ୍ଥିତ ଦାସିଆ ଅଜାଙ୍କ ପ୍ରତିମୂର୍ତ୍ତି ଠାରେ ପୂଜ୍ୟପୂଜା କମିଟି ନୟାଗଡ଼ ତରଫରୁ ଓଡ଼ିଶା ରାଜ୍ଯରେ ପାଠାଗାର ଆନ୍ଦୋଳନର ମୁଖ୍ଯ ବିନ୍ଧାଣୀ ସ୍ବର୍ଗତ ଦାଶରଥି ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ବାର୍ଷିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ବ୍ଳକ ଚେୟାରମ୍ୟାନ କିଶୋର ଚନ୍ଦ୍ର ସାହୁ, ନୟାଗଡ଼ ପୌରପରିଷଦର ଅଧ୍ଯକ୍ଷା ନିରୁପମା ଖଟେଇ ଓ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ଯୋଗଦେଇ ସ୍ବର୍ଗତ ଦାଶରଥି ପଟ୍ଟନାୟକଙ୍କ ସ୍ମୃତି ଚାରଣ କରିଥିଲେ। ପୂଜ୍ୟପୂଜା କମିଟିର ଉପଦେଷ୍ଟା ବରିଷ୍ଠ ସାମ୍ବାଦିକ ପ୍ରଦୀପ୍ତ କୁମାର ପଟ୍ଟନାୟକ ଦାସିଆ ଅଜା ହେଉଛନ୍ତି ଦଶ ପଇସାର ରାଜା ବୋଲି କହିଥିଲାବେଳେ ପୂଜ୍ୟପୂଜା କମିଟିର ସଂପାଦକ ଅରୁଣ କୁମାର ମହାନ୍ତି ଦାସିଆ ଅଜା ବହୁତ ପାଠ ପଢିନ ଥିଲେ ହେଁ ଆମ ସମସ୍ତଙ୍କୁ ବହୁତ ପଢିବା ପାଇଁ ପାଠାଗାରଟିଏ ନିର୍ମାଣ କରିବା ସହିତ ସମସ୍ତଙ୍କୁ ପାଠାଗାର ଓ ସଂଗ୍ରହାଳୟ ନିର୍ମାଣ କରିବାର ପ୍ରେରଣା ଯୋଗାଇ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ରୋଟାରୀ କ୍ଲବ୍, ଭାରତ ବିକାଶ ପରିଷଦ,ପୈାରପରିଷଦର ସମସ୍ତ କାଉନସିଲର, ବିଭିନ୍ନ ସାମାଜିକ ଅନୁଷ୍ଠାନ ର କର୍ମକର୍ତ୍ତା , ସାମ୍ବାଦିକ ବନ୍ଧୁ ମାନଙ୍କ ସମେତ ପୂଜ୍ୟପୂଜା କମିଟି ର ଉପଦେଷ୍ଟା ସୁବୋଧ କୁମାର ପଟ୍ଟନାୟକ, ଉପ ସଭାପତି ଗୋଦାବରୀଶ ସାହୁ, ଯୁଗ୍ମ ସଂପାଦକ ଧୀରେନ୍ଦ୍ର କୁମାର ପଟ୍ଟନାୟକ,ସମାଜସେବୀ ଶ୍ରୀକାନ୍ତ ଖଟେଇ ଆଦି ବହୁ ମାନ୍ଯଗଣ୍ଯ ବ୍ଯକ୍ତି ଯୋଗଦେଇ ଥିଲେ। ବିଶିଷ୍ଟ ସାହିତ୍ଯିକ ତଥା ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲା ବେଳେ ପୂଜ୍ୟପୂଜା କମିଟିର କୋଷାଧ୍ୟକ୍ଷ ଶ୍ରୀଧର ସାହୁ ଧନ୍ଯବାଦ ଅର୍ପଣ କରିଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!