Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଠକେଇ ମାମଲାରେ ଜଣେ ଏଲଆଇସି ଏଜେଣ୍ଟକୁ ବାନ୍ଧିଛି କ୍ରାଇମବ୍ରାଞ୍ଚ

by ସଞ୍ଜୟ ସ୍ୱାଇଁ
October 7, 2021
in Crime, State
ଠକେଇ ମାମଲାରେ ଜଣେ ଏଲଆଇସି ଏଜେଣ୍ଟକୁ ବାନ୍ଧିଛି କ୍ରାଇମବ୍ରାଞ୍ଚ
236
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୃତ ବ୍ୟକ୍ତିଙ୍କ ନାଁରେ ବୀମା । ୪ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ୨୩ଟି ବୀମା ପଲିସି କରି ୧କୋଟି ୧୮ ଲକ୍ଷ ଟଙ୍କା ଚଳୁ ଅଭିଯୋଗ । ଏହି ମାମଲାରେ ଜଣେ ଏଲଆଇସି ଏଜେଣ୍ଟକୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା । ଖୋର୍ଦ୍ଧା ଏଲଆଇସି କାର୍ୟ୍ୟାଳୟର ଏଜେଣ୍ଟ କବିରାଜ ବେହେରା । ତାଙ୍କ ଘର ପୁରୀ ଜିଲ୍ଲା କଣାସ ଥାନା ଅନ୍ତର୍ଗତ ଝଡ଼ାକଟା ଗାଁରେ । ତାଙ୍କୁ ଗିରଫ କରି ଅଧିକ ଖୋଳତାଡ ଚଳାଇଛି କ୍ରାଇମବ୍ରାଞ୍ଚ । ଅଭିଯୋଗ ହୋଇଛି କବିରାଜ ୨୦୧୩ରୁ ୨୦୧୯ ମଧ୍ୟରେ ଏହି ଠକେଇ କରିଛନ୍ତି । ଚଞ୍ଚକତା କରି ୪ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ସେ ୨୩ଟି ବୀମା କରିଥିଲେ । ପଲିସିଗୁଡ଼ିକୁ ୨-୫ ବର୍ଷ ଯାଏ ସଚଳ ରଖି ପ୍ରିମିୟମ ଭରୁଥିଲେ କବିରାଜ । ଏହାପରେ ମିଛ ମୃତ୍ୟୁ ପ୍ରମାଣପତ୍ର ଦେଇ ବୀମା ରାଶି ପାଇଁ କ୍ଲେମ୍ କରୁଥିଲେ । ୫ଟି ପଲିସି ଉପରେ ଡେଥ୍ କ୍ଲେମ୍ ଦ୍ୱାରା ଏଲଆଇସି ୧ କୋଟି ୧୮ ଲକ୍ଷ ଟଙ୍କା ଦେଇଛି । ଏନେଇ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖାରେ ଖୋର୍ଦ୍ଧା ଏଲଆଇସି ଶାଖା ପକ୍ଷରୁ ଅଭିଯୋଗ ହୋଇଥିଲା । ଖୋଳତାଡ ବେଳେ ସାଂଘାତିକ ଷଡ଼ଯନ୍ତ୍ର ସାମନାକୁ ଆସିଛି । ଧ୍ରୁତ୍ତ କବିରାଜଙ୍କ କାରନାମା ଜଣା ପଡିଛି । ରେଡ୍ ବେଳେ ତାଙ୍କ ଘରୁ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ନୋମିନିଙ୍କ ଜାଲ୍ ପ୍ରମାଣପତ୍ର ଜବତ ହୋଇଛି । ଭୂତର ଦସ୍ତଖତ ସମ୍ବଳିତ କାଗଜପତ୍ର ବି ଜବତ କରିଛି କ୍ରାଇମବ୍ରାଞ୍ଚ । ଏହି ଘଟଣାରେ ଆଉ କାହାର ସଂପୃକ୍ତି ରହିଛି କି ନାହିଁ ଖୋଳତାଡ ଚାଲିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!