ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଇଟାମାଟି ପୁଲିସ ବୁଧବାର ଦେଶୀ ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରିଛନ୍ତି । ଗିରଫ ହୋଇଥିବା ବ୍ୟକ୍ତି ଜଣଙ୍କ ହେଲେ ଖଇରପଟି ଗ୍ରାମର ଚକ୍ରଧର ସାହୁ । ତାଙ୍କଠାରୁ ୧୦ ଲିଟର ଦେଶୀ ମଦ ଜବତ କରାଯାଇଥିବା ଥାନା ଅଧିକାରୀ ଦିପକ ଖଣ୍ଡାୟତରାୟ ସୂଚନା ଦେଇଛନ୍ତି । ଆଜି ତାଙ୍କୁ କୋର୍ଟ ଚାଲାଣ କରାଯାଇଛି ।





