Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩ୟ ଜିଲ୍ଲାସ୍ତରୀୟ ଲୋକ କଳା ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
June 14, 2021
in Nayagarh
୩ୟ ଜିଲ୍ଲାସ୍ତରୀୟ  ଲୋକ କଳା ଦିବସ ପାଳିତ
136
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସ୍ତରୀୟ ୩ ୟ ଲୋକକଳା ଦିବସ ଭର୍ଚୁଆଲ ମୋଡ୍ରେ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ଅପ୍ରେଲ ୨ତାରିଖରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା କ୍ରମେ ପ୍ରତିବର୍ଷ ଆଜିର ଦିନରେ ଏହି ଦିବସ ପାଳନ କରାଯାଉଛି । ଆଜିର କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ, ଜିଲ୍ଲା କଳା ସଂସ୍କୃତି ସଂଘର ଉପସଭାପତି ଶରତ କୁମାର ସାହୁ, ସମସ୍ତ ବ୍ଲକ କଳା ସଂସ୍କୃତି ସଂଘର ଉପ ସଭାପତି ଏବଂ ଅନ୍ୟାନ୍ୟ କଳାକାରମାନେ ଯୋଗଦାନ କରି ଜିଲ୍ଲାର କଳା ଓ କଳାକାରଙ୍କ ଉନ୍ନତି ନିମନ୍ତେ ବିଭିନ୍ନ ପ୍ରସ୍ତାବମାନ ରଖିଥିଲେ । ପ୍ରଥମେ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀଯୁକ୍ତ ଭୋଇ ଆଜିର ଦିବସ ପାଳନର ତାତ୍ପର୍ଯ୍ୟ ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ପରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ନୟାଗଡ଼ ଜିଲ୍ଲାରେ ଲୋକ କଳାର ଉନ୍ନତି ଏବଂ ପ୍ରଚାର ପ୍ରସାର କରିବା ଦିଗରେ ନିଆଯାଇଥିବା ପଦକ୍ଷେପ ବିଷୟରେ ଆଲୋଚନା କରିଥିଲେ । ଅକ୍ଷ ପତ୍ରିକାର ସମ୍ପାଦକ ହାଡ଼ିବନ୍ଧୁ ମହାକୁଡ଼ ଜିଲ୍ଲାରେ ଲୁପ୍ତ ହୋଇଯାଉଥିବା ବିଭିନ୍ନ କଳାର ପୁଃନରୁଦ୍ଧାର ଓ ଗବେଷଣା ପାଇଁ ପଦକ୍ଷେପ ନେବା ପାଇଁ ପ୍ରସ୍ତାବ ଦେଇଥିଲେ । ଜିଲ୍ଲା କଳା ସଂସ୍କତି ସଂଘର ଉପସଭାପତି ଶ୍ରୀ ସାହୁ ଦଶପଲ୍ଲା ଲୋକକଳା ଗ୍ରାମ କୁଞ୍ଜବନଗଡ଼ର ବିକାଶ ନିମନ୍ତେ ଏକ କମିଟି ଗଠନ କରିବା ପାଇଁ ପ୍ରସ୍ତାବ ଦେଇଥିଲେ । ଏହାପରେ ବିଭିନ୍ନ ବ୍ଲକ କଳା ସଂସ୍କୃତି ସଂଘର ଉପସଭାପତିମାନେ କଳାକାରମାନଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିବା ସହିତ ଏହି ମହାମାରୀ ସମୟରେ ସେମାନଙ୍କର ଆର୍ଥିକ ସମସ୍ୟାର ସମାଧାନ ନିମନ୍ତେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଶେଷରେ ଜିଲ୍ଲା ସଂସ୍କତି ଅଧିକାରୀ ଧନ୍ୟବାଦ ପ୍ରଦାନ କରି ସଭା ସାଙ୍ଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!