Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁକୁଡ଼ା କମ୍ପାନୀ ଏଜେଣ୍ଟଠାରୁ ଝାମ୍ପି ନେଲେ ୪ ଲକ୍ଷ

by ସଞ୍ଜୟ ସ୍ୱାଇଁ
April 8, 2024
in Crime, State
କୁକୁଡ଼ା କମ୍ପାନୀ ଏଜେଣ୍ଟଠାରୁ ଝାମ୍ପି ନେଲେ ୪ ଲକ୍ଷ
65
VIEWS
Share on FacebookShare on Twitter

କେନ୍ଦ୍ରାପଡ଼ା, (ବାଘୁଆବାର୍ତ୍ତା): ଦିନ ଦି’ ପହରରେ ହୋଇଛି ଲୁଟ୍‌। ବ୍ରଏଲର କୁକୁଡ଼ା କମ୍ପାନୀ ଏଜେଣ୍ଟଠାରୁ ଝାମ୍ପି ନେଲେ ୪ ଲକ୍ଷ ୯୦ ହଜାର ଟଙ୍କା। ଦୁଇ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ମାଡ଼ ମାରି ଟଙ୍କା ବ୍ୟାଗ ଝାମ୍ପି ନେଲେ। ଯାହାର ଭିଡିଓ ସିସିଟିଭିରେ କଏଦ ହୋଇଛି। ଏପରି ଅଭିଯୋଗ କେନ୍ଦ୍ରାପଡ଼ା ସଦର ଥାନା ଅଞ୍ଚଳରୁ ଆସିଛି। ହଳଦିଆ ଗାଁର ସୋନା ଟ୍ରେଡର ନାଁରେ ଏକ ବ୍ରଏଲର କୁକୁଡ଼ା କମ୍ପାନୀ ରହିଛି। ସେହି କମ୍ପାନୀର କଲେକ୍‌ସନ୍‌ ଏଜେଣ୍ଟ ଭାବେ କାମ କରୁଥିଲେ ଆଲମ ଗିରି। ସବୁଦିନ ପରି ସେ ଆଜି ବିଭିନ୍ନ ସ୍ଥାନରୁ ଟଙ୍କା କଲେକ୍‌ସନ୍‌ କରି ବାଇକ୍‌ରେ ଫେରୁଥିଲେ। ତେବେ ଭାଟବାଗ ଆମ୍ବତୋଟା ନିକଟରେ ଦୁଇ ଯୁବକ ଆସି ଆଲମ୍‌ଙ୍କୁ ଠେଲି ଦେଇଥିଲେ। ସେ ରାସ୍ତା ପାର୍ଶ୍ୱରେ ପଡ଼ି ଯାଇଥିଲେ। ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରି ଟଙ୍କା ବ୍ୟାଗ ଛଡ଼ାଇ ନେଇଥିଲେ। ଲୁଟ୍‌ର ପୂରା ଘଟଣା ସିସିଟିଭିରେ କଏଦ ହୋଇଛି। ସ୍ଥାନୀୟ ଲୋକେ ଶ୍ରୀ ଆଲମ୍‌ଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରି ମେଡିକାଲରେ କରିଥିଲେ। ଏନେଇ ଅଭିଯୋଗ ହେବା ପରେ ସଦର ଥାନା ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଏଥିସହ ପହଞ୍ଚି ସିସିଟିଭିରେ କଏଦ ହୋଇଥିବା ଭିଡିଓର ଯାଞ୍ଚ କରୁଛି। ତେବେ ବର୍ତ୍ତମାନ ସୁଦ୍ଧା ଲୁଟେରାଙ୍କ ପତ୍ତା ପାଉନି ପୁଲିସ୍‌।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!