Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତାରୁ ଲୁଟିନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
July 9, 2024
in Crime, State
ରାସ୍ତାରୁ ଲୁଟିନେଲେ ଦୁର୍ବୃତ୍ତ
66
VIEWS
Share on FacebookShare on Twitter

ସୁବର୍ଣ୍ଣପୁର, (ବାଘୁଆବାର୍ତ୍ତା): ବାହାଘର ଭୋଜି ଖାଇ ଘରକୁ ଫେରୁଥିବା ବେଳେ ଲୁଟର ଶିକାର ହେଲେ କକା ଓ ପୁତୁରା। ଦୁର୍ବୃତ୍ତ ମାନେ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ ଫଳରେ କକା ଓ ପୁତୁରା ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅଞ୍ଚଳରେ। ଗତକାଲି (ସୋମବାର) ରାତିରେ ପଣ୍ଡକିଟାଲ ଗାଁର କକା ମିଥୁନ ପ୍ରଧାନ ଓ ପୁତୁରା ବାବୁଲୁ ପ୍ରଧାନ ସମ୍ପର୍କୀୟଙ୍କ ବାହାଘରକୁ ଯାଇଥିଲେ। ବାହାଘର ଭୋଜି ଖାଇ ରାତି ପ୍ରାୟ ସାଢେ ୧୦ ଟାରେ ବାଇକରେ ଘରକୁ ଫେରୁଥିଲେ। ସେଇ ସମୟରେ ରାମପୁର ଥାନା ବଡକର୍ଲେ କେନାଲ ଛକରେ ଦୁଇଟି ମଟର ସାଇକେଲରେ ୫ ଜଣ ଦୃର୍ବୁତ୍ତ ଛିଡ଼ା ହୋଇଥିଲେ। କକା ମିଥୁନ ପ୍ରଧାନ ଓ ପୁତୁରା ବାବୁଲୁ ପ୍ରଧାନ ଆସୁଥିବାର ଦେଖି ଦୁର୍ବୃତ୍ତ ମାନେ ଯୋର ଜବରଦସ୍ତ ଅଟକାଇଥିଲେ। ଭୟରେ କାକା, ପୁତୁରା ଅଟକି ଯାଇଥିଲେ। ଦୁର୍ବୃତ୍ତ ମାନେ ଏକ ଧାରୁଆ ଅସ୍ତ୍ରରେ କାକା ମିଥୁନ ଓ ପୁତୁରା ବାବୁଲୁଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଫଳରେ ଉଭୟ ରକ୍ତାକ୍ତ ଅବସ୍ଥାରେ ତଳେ ପଡ଼ିଯାଇଥିଲେ। ଏହାପରେ ବୁବୃର୍ତ୍ତମାନେ ସେମାନଙ୍କ ଠାରୁ ୫୬୩୦ ଟଙ୍କା ଛଡ଼ାଇ ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହାପରେ ଗାଁ ଲୋକ ଖବର ପାଇ ଘଟଣାସ୍ଥଳକୁ ଆସିଥିଲେ। ସେଠାରୁ କକା ମିଥୁନ ପ୍ରଧାନ ଓ ପୁତୁରା ବାବୁଲୁ ପ୍ରଧାନଙ୍କୁ ଉଦ୍ଧାର କରି ରାମପୁର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ନଥିବାରୁ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଆହତଙ୍କ ବଡ଼ଭାଇ ଭଗବାନ ପ୍ରଧାନ ରାମପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଆଧାର କରି ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!