Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବସରୁ ଗାଏବ ହୋଇଗଲା ୫ ଲକ୍ଷ ଟଙ୍କା ୧୭ କିଲୋ ରୁପା

by ସଞ୍ଜୟ ସ୍ୱାଇଁ
July 27, 2024
in Crime, State
ବସରୁ ଗାଏବ ହୋଇଗଲା ୫ ଲକ୍ଷ ଟଙ୍କା ୧୭ କିଲୋ ରୁପା
140
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ବସରେ ନିଜ ସିଟ୍‌ରେ ନିଜ ବ୍ୟାଗ ରଖି ଚା’ ପିଇବା ପାଇଁ ଯାଇଥିଲେ ବ୍ୟବସାୟୀ। ଆସିଲା ବେଳକୁ ନଥିଲା ୧୭ କିଲୋ ଫାଇନ୍ ରୁପା ସହ ପ୍ରାୟ ୫ ଲକ୍ଷ ଟଙ୍କା। ଟଙ୍କା ଓ ଅଳଙ୍କାର ବ୍ୟାଗ ନପାଇ ଚକିତ ହୋଇଯାଇଥିଲେ ବ୍ୟବସାୟୀ। ବ୍ରହ୍ମପୁରରୁ କୋଲକାତା ଯାଉଥିବା ଏକ ବସରୁ ଏପରି ଚୋରି ହୋଇଥିବା ଅଭିଯୋଗ ହୋଇଛି। ବ୍ୟବସାୟୀ ଜଣଙ୍କ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। କୋଲକାତାର ରୁପା ବ୍ୟବସାୟୀ ମିଥୁନ ମଣ୍ଡଳ ବ୍ରହ୍ମପୁରରୁ ବ୍ୟବସାୟ ସାରି ଏକ ଘରୋଇ ବସରେ ଗତକାଲି ରାତିରେ କୋଲକାତା ଫେରୁଥିଲେ। ତେବେ ଯାତ୍ରୀଙ୍କ ଜଳଖିଆ ପାଇଁ ଖଲ୍ଲିକୋଟ ଥାନା ୧୬ ନମ୍ୱର ଜାତୀୟ ରାଜପଥ ଥିବା ଭେଜିପୁଟ ଫାଣ୍ଡି ନିକଟରେ ବସଟି ଅଟକିଥିଲା। ସେତିକି ବେଳେ ମିଥୁନ୍ ନିଜ ସ୍ଲିପର ସିଟରେ ଫାଇନ୍ ରୂପାଓ ଟଙ୍କା ଥିବା ଦୁଇଟି ବ୍ୟାଗ୍ ରଖି ଚା’ ପିଇବାକୁ ତଳକୁ ଓହ୍ଲାଇ ଯାଇଥିଲେ। ସେହି ସମୟରେ ଲୁଟେରାମାନେ ରୁପା ଓ ଟଙ୍କା ନେଇ ଯାଇଥିବା ଅଭିଯୋଗ ହୋଇଛି। କାରରେ ୪ ଜଣ ଲୁଟେରା ଆସି ବ୍ୟାଗ ନେଇ ଚମ୍ପଟ ମାରିଥିବା ବ୍ୟବସାୟୀ ଜଣଙ୍କ ଦେଖିଥିବା ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ମିଥୁନ ଥାନାରେ ଅଭିଯୋଗ କରିବା ପରେ ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!