Saturday, August 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମିଳିଲା ଅଢ଼େଇ ଟନ୍ ବିସ୍ଫୋରକ, ମାଟି ତଳେ ଲୁଚାଇ ରଖିଥିଲେ ମାଓବାଦୀ

by ସଞ୍ଜୟ ସ୍ୱାଇଁ
June 2, 2025
in State
ମିଳିଲା ଅଢ଼େଇ ଟନ୍ ବିସ୍ଫୋରକ, ମାଟି ତଳେ ଲୁଚାଇ ରଖିଥିଲେ ମାଓବାଦୀ
41
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ୫ ଟନ ବିସ୍ଫୋରକ ମାଓବାଦୀ ଲୁଟି ନେବା ମାମଲାରେ ଆଜି ମିଳିଲା ଅଢ଼େଇ ଟନ୍ ବିସ୍ଫୋରକ । ସରଣ୍ଡା ଜଙ୍ଗଲରୁ ଅଢେଇ ଟନ ବିସ୍ଫୋରକ ଜବତ ହୋଇଛି । ସୁରକ୍ଷା ବାହିନୀ ଏହି ବିସ୍ଫୋରକ ଜବତ କରିଛି । ଓଡ଼ିଶା–ଝାଡଖଣ୍ଡ ପୋଲିସର ସର୍ଚ୍ଚ ଅପରେସନ ବେଳେ ମିଳିଲା ବିସ୍ଫୋରକ । ଗତ ମଙ୍ଗଳବାର ରାତିରେ ଲୁଟ ହୋଇଥିଲା ବିସ୍ଫୋରକ । ବାଙ୍କୋ ଅଂଚଳରୁ ଲୁଟ୍ ହୋଇଥିଲା ଏହି ବିସ୍ଫୋରକ । ୪୦ରୁ ଅଧିକ ମାଓବାଦୀ ବିସ୍ଫୋରକ ଲୁଟି ନେଇଥିଲେ । ସୁନ୍ଦରଗଡ଼ କେ-ବଲାଙ୍ଗ ବାଙ୍କୋ ପଥର ଖଣି ନିକଟରୁ ୫ ହଜାର କେଜି ଓଜନର ବିସ୍ଫୋରକ ସାମଗ୍ରୀ ମାଓବାଦୀ ଲୁଟି ନେଇଥିଲେ । ଲୁଟ ବିସ୍ଫୋରକ ଜବତ ପାଇଁ କମ୍ବିଂ ଓ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଥିଲା । ସରଣ୍ଡା ଜଙ୍ଗଲରେ ମାଓବାଦୀଙ୍କ କ୍ୟାମ୍ପ ଚାଲିଥିବା ସୂଚନା ପାଇ ଓଡିଶା-ଝାଡଖଣ୍ଡ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଚଢ଼ାଉ ସମୟରେ ପୋଲିସ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏହି ସମୟରେ ମାଓବାଦୀଙ୍କ ବ୍ୟବହୃତ ବିଭିନ୍ନ ସାମଗ୍ରୀ ଜବତ କରାଯିବା ସହ ଏକ କ୍ଵିଣ୍ଟାଲରୁ ଅଧିକ ଜିଲୋଟିନ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିଲା । ଏହାସହ ଲୁଟ ହୋଇଥିବା ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ମଧ୍ୟ ଜଵତ କରାଯାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!