Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’ ଦକ୍ଷିଣକାଳୀ ମନ୍ଦିରରେ ଲାଗିବ ପିତ୍ତଳ କବାଟ

by ସଞ୍ଜୟ ସ୍ୱାଇଁ
June 8, 2025
in Nayagarh
ମା’ ଦକ୍ଷିଣକାଳୀ ମନ୍ଦିରରେ ଲାଗିବ ପିତ୍ତଳ କବାଟ
24
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପୁରୁଣାସହରଠାରେ ଅବସ୍ଥିତ ମା’ ଦକ୍ଷିଣକାଳୀ ମନ୍ଦିର ମୁଖ୍ୟ କବାଟକୁ ପିତ୍ତଳରେ ନିର୍ମାଣ କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ରବିବାର ପୂର୍ବାହ୍ନରେ ମା ଦକ୍ଷିଣକାଳୀ ମନ୍ଦିର ପରିଚାଳନା କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ସମସ୍ତ ସଦସ୍ୟଙ୍କ ସମ୍ମତିକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ୧୦ ଲକ୍ଷ ଟଙ୍କା ବ୍ୟୟ ହେବ ବୋଲି ଅନୁମାନ କରାଯାଇଛି । ଭକ୍ତଙ୍କ ଦାନ ସୁତ୍ରରୁ ଏହି କବାଟ ନିର୍ମାଣ କରାଯିବାକୁ ଯୋଜନା ରହିଥିବା ମନ୍ଦିର ପରିଚାଳନା କମିଟି ସଭାପତି ପ୍ରମୋଦ ପଟ୍ଟନାୟକ କହିଛନ୍ତି । ଆଜି ଶ୍ରୀଯୁକ୍ତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକାରିଣୀ କମିଟି ବୈଠକରେ ସମ୍ପାଦକ କିଷାନ ଦାଶ, ଉପସଭାପତି ଦାଶରଥି ସାହୁ, ଲକ୍ଷ୍ମୀଧର ମହାପାତ୍ର, କୋଷାଧ୍ୟକ୍ଷ କମଳ କୁମାର ପଟ୍ଟନାୟକଙ୍କ ସମେତ ବହୁ କାର୍ଯ୍ୟକାରିଣୀ ସଦସ୍ୟ ଉପସ୍ଥିତ ରହିଥିଲେ । ଏହା ସହିତ ମନ୍ଦିରର ଆୟବୃଦ୍ଧି, ଆଗାମୀ ପଣାଯାତ୍ରା ଏବଂ ନୀତିକାନ୍ତି ସମ୍ପର୍କରେ ଆଲୋଚନା କରାଯାଇଥିଲା । ପୁଲିସ, ଅଗ୍ନିଶମ ବିଭାଗ, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କର୍ମଚାରୀ ଓ ଦେବୋତ୍ତର ବିଭାଗ କର୍ମଚାରୀ ସାମିଲ ହୋଇଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!