Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେପି ଛାଡ଼ି ବିଜେଡିରେ ମିଶିଲେ ସୋର ମୁନିସପାଲଟିର ଚେୟାରମ୍ୟାନ୍ ମାଧବ ଧଡ଼ା

by ସଞ୍ଜୟ ସ୍ୱାଇଁ
March 19, 2024
in Politics, State
ବିଜେପି ଛାଡ଼ି ବିଜେଡିରେ ମିଶିଲେ ସୋର ମୁନିସପାଲଟିର ଚେୟାରମ୍ୟାନ୍ ମାଧବ ଧଡ଼ା
144
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଢ଼ୁଛି ବିଜେଡି ବଳ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶ କରୁଛି ଅନୁପ୍ରାଣିତ । ବିଜେପି ଛାଡ଼ି ବିଜେଡିରେ ମିଶିଲେ ବାଲେଶ୍ବର ଜିଲ୍ଲାର ଶତାଧିକ କର୍ମୀ । ମଙ୍ଗଳବାର ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡିରେ ସାମିଲ ହୋଇଛନ୍ତି ବାଲେଶ୍ବର ଜିଲ୍ଲାର ମାଧବ ଧଡ଼ା । ବିଜେଡିର ବରିଷ୍ଠ ନେତା ପ୍ରତାପ ଜେନା ଏବଂ ପର୍ଶୁରାମ ଧଡ଼ାଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି । ବିଜେପି ଛାଡି ବିଜେଡିରେ ମିଶିଲେ ବାଲେଶ୍ଵର ଜିଲ୍ଲା ସୋର ମୁନିସିପାଲିଟିର ଚେୟାର ମ୍ୟାନ ମାଧବ ଧଡା । ମାଧବଙ୍କ ସମେତ ବାଲେଶ୍ବର ଜିଲ୍ଲା ବିଜେପି ମାଇନରିଟି ନେତା ସେକ୍ ଲିଆକତ୍ ଅଲ୍ଲୀ, ବାଲେଶ୍ବର ବିଜେପି ନେତା ଦିଲ୍ଲୀପ କୁମାର କର, ଜନ୍ମେଜୟ ପଣ୍ଡା ଆଜି ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି । ଭୁବନେଶ୍ୱର ଶଙ୍ଖଭବନ ପରିସରରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଧାୟକ ପ୍ରତାପ ଜେନା, ପର୍ଶୁରାମ ଧଡା, ବିଜେଡି ମୁଖପାତ୍ର ପ୍ରିୟବ୍ରତ ମାଝୀ ସମସ୍ତ ନେତାଙ୍କୁ ଦଳୀୟ ଉତ୍ତରୀୟ ଦେଇ ସ୍ବାଗତ କରିଥିଲେ । ନେତାଙ୍କ ସହ ତାଙ୍କର ଶତାଧିକ କର୍ମୀ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି । ଏ ମିଶ୍ରଣ ବିଜେଡିକୁ ଆଗାମୀ ଦିନରେ ଅଧିକ ସଶକ୍ତ କରିବ ବୋଲି ବିଧାୟକ ପ୍ରତାପ ଜେନା ଓ ସ୍ଥାନୀୟ ବିଧାୟକ ପର୍ଶୁରାମ ଧଡା କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବିକାଶ ଧାରାରେ ସାମିଲ ହେବାକୁ ବିଜେଡିରେ ଯୋଗ ଦେଇଥିବା କହିଛନ୍ତି ମାଧବ ଧଡା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!