Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗତିଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କ ପରଲୋକ

by Anil Panda
September 19, 2020
in Nayagarh
ଗତିଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କ ପରଲୋକ
3.2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ମାଳିସାହିଠାରେ ଅବସ୍ଥିତ ଗତିଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (+୨) ଅଧ୍ୟକ୍ଷ ରାଜେନ୍ଦ୍ର ନାୟକଙ୍କ ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଛି । ତାଙ୍କର ଡାଇବେଟିସ୍ ରହିଥିବା ବେଳେ କିଛି ଦିନ ହେବ ଜ୍ୱରରେ ଆକ୍ରାନ୍ତ ହୋଇ ଘରେ ରହି ଚିକିତ୍ସିତ ହେଉଥିଲେ । ଗତକାଲି ରାତିରେ ତାଙ୍କର ସ୍ୱାସ୍ଥ୍ୟରେ ଅବନତୀ ଘଟିବାରୁ ତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିବା ବେଳେ ରାତିରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ମୃତ୍ୟୁ ଖବର ଶୁଣି, ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଗଭୀର ଶୋକବ୍ୟକ୍ତ କରିଛନ୍ତି । ସେହିଭଳି ଭାବେ ଗତିଶ୍ୱର +୩ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁଶାନ୍ତ କରଙ୍କ ସମେତ ଉଭୟ ମହାବିଦ୍ୟାଳୟ ଅଧ୍ୟାପକ, ଅଧ୍ୟାପିକା ଏବଂ ଶିକ୍ଷା କର୍ମଚାରୀ ଲକ୍ଷ୍ମୀପ୍ରସାଦ ପଂଚାୟତ ବାରବାଟି ସ୍ଥିତ ତାଙ୍କ ବାସଭବନରେ ପହଂଚି ଶୋକବ୍ୟକ୍ତ କରିଛନ୍ତି । ଶ୍ରୀଯୁକ୍ତ ନାୟକ ଜଣେ ଅମାୟୀକ ବ୍ୟକ୍ତିତ୍ୱ ଥିଲେ ଏବଂ ଛାତ୍ରବତ୍ସଳ ଥିଲେ ବୋଲି ଜଣାଯାଇଛି । ଏହାକୁ ନେଇ ମାଳିସାହି, ବାଲୁଗାଁ ଏବଂ ଲକ୍ଷ୍ମୀପ୍ରସାଦ ଅଂଚଳରେ ଶୋକର ଛାୟା ଖେଳି ଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!