Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକାକୀ ଲଢ଼ିବ ବିଜେପି : ମନମୋହନ

by ସଞ୍ଜୟ ସ୍ୱାଇଁ
March 22, 2024
in Politics, State
ଏକାକୀ ଲଢ଼ିବ ବିଜେପି : ମନମୋହନ
188
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏକ ବଡ଼ ସୂଚନା ଦେଇଛନ୍ତି। ସେ ତାଙ୍କ ‘X’ (ପୂର୍ବର ଟ୍ୱିଟର) ଆକାଉଣ୍ଟରେ ଏକ ପୋଷ୍ଟ କରି ବିଜେପି ଏଥର ରାଜ୍ୟର ସମସ୍ତ ୨୧ଟି ଲୋକସଭା ଓ ୧୪୭ଟି ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ଲେଖିଛନ୍ତି। ମନମୋହନ ସାମଲ ‘X’ରେ ଲେଖିଛନ୍ତି, ‘ଗତ ୧୦ ବର୍ଷ ଧରି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ୱ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି। ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ । ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି, ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ । କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହ‌ମତ ହୋଇପାରୁନାହୁଁ । ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ।’

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!