Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମନମୋହନଙ୍କୁ କଡ଼ା ଜବାବ ଦେଲେ ଅତନୁ, ଓଡିଶାରେ କେବଳ ନବୀନ ମଡେଲ କାମ କରିବ

by ସଞ୍ଜୟ ସ୍ୱାଇଁ
December 4, 2023
in Politics, State
ମନମୋହନଙ୍କୁ କଡ଼ା ଜବାବ ଦେଲେ ଅତନୁ, ଓଡିଶାରେ କେବଳ ନବୀନ ମଡେଲ କାମ କରିବ
100
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୩ ରାଜ୍ୟରେ ବିଜୟୀ ବାନା ଉଡାଇବା ପରେ ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ ବଡ ବୟାନ ଦେଇଛନ୍ତି । ୩ ରାଜ୍ୟରେ ଫଳାଫଳ ଯେମିତି ହେଲା ତାହାର ପୁନରାବୃତ୍ତି ଓଡ଼ିଶାରେ ଦେଖିବାକୁ ମିଳିବ ବୋଲି ମନମୋହନ କହିଛନ୍ତି । ଯାହାର ଜବାବ ରଖିଛି ବିଜେଡି । ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, ୨୦୦୦ ରୁ ୨୦୨୩ ମଧ୍ୟରେ ଓଡ଼ିଶାରେ କେଉଁ ମଡେଲ କାମ କରିନି । ଓଡ଼ିଶାରେ କେବଳ ନବୀନ ମଡେଲ ହିଁ କାମ କରିଛି । ଆଗାମୀ ଦିନରେ ବି କରିବ । ନବୀନ ମଡେଲ ହେଉଛି ବିକାଶର ମଡେଲ । ଦିଲ୍ଲୀଠୁ ନେଇ ଦୌଲତାବାଦ ଯାଏଁ ଓଡ଼ିଶାର ମଡେଲକୁ ସବୁ ଅନୁକରଣ କରିଛନ୍ତି । ସବୁ ରାଜ୍ୟ ମଧ୍ୟ ଓଡିଶାକୁ ପ୍ରଶଂସା କରିଛନ୍ତି । ନବୀନ ମଡେଲକୁ କେହି ବି ଛୁଇଁ ପାରିବେନି । କେଉଁଠି କିଏ ଜିତିଲେ ଓଡ଼ିଶା ଉପରେ ତାର ପ୍ରଭାବ ପଡ଼ିବ ନାହିଁ । ଏହାଛଡା ଅତନୁ କହିଛନ୍ତି, କୌଣସି ଯୋଜନାରେ ଓଡିଶା କେବେ ବାଧକ ହୋଇନି । ଆମର ବିକାଶର ଧାରା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଚାଲିଛି । ଓଡ଼ିଶାରେ ବିଜୁ ଜନତା ଦଳର ସରକାର ଲୋକଙ୍କ ବିକାଶ ପାଇଁ କାମ କରୁଛି । ଯେତେ ମନ୍ତ୍ରୀ ଆସିଛନ୍ତି ଯେତେ ଟିମ ଆସିଛନ୍ତି ଆମକୁ ପ୍ରଶଂସା କରିଛନ୍ତି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ କେମିତି ଓଡ଼ିଶାରେ କେମିତି କାମ କରୁଛି ତାହା ଅନ୍ୟ ରାଜ୍ୟରୁ ଲୋକ ଆସୁଛନ୍ତି ଦେଖିବା ପାଇଁ । ମୁକ୍ତା ଯୋଜନାକୁ କେରଳ ଭଳି ରାଜ୍ୟ ନେବା ପାଇଁ ଆଗ୍ରହୀ । ତେଣୁ ଆମେ କୌଣସି ଯୋଜନାରେ ବାଧକ ସାଜିନୁ ବରଂ ଲୋକଙ୍କ ବିକାଶ ପାଇଁ କାମ କରୁଛୁ ବୋଲି ଅତନୁ କହିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!