Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ତାରିଖରୁ ମାରାଥନ୍ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

by ସଞ୍ଜୟ ସ୍ୱାଇଁ
October 3, 2021
in State
୪ ତାରିଖରୁ ମାରାଥନ୍ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
216
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ନିକଟରେ ଦିଲ୍ଲୀ ଗସ୍ତରୁ ଫେରିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୪ତାରିଖରୁ ମାରାଥନ୍ ଜିଲ୍ଲା ଗସ୍ତ କରିବେ। ୬ଦିନରେ ତିନିଟି ଜିଲ୍ଲାରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବା ସହ ବିଏସ୍‌କେୱାଇ ସ୍ମାର୍ଟ କାର୍ଡ ବାଣ୍ଟିବେ ଏବଂ ବହୁ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ ବୋଲି ଜଣାପଡ଼ିଛି। ବି‌‌ଜେଡି ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୪ରେ ଗଜପତି ଜିଲ୍ଲା ଗସ୍ତରେ ଯାଇ ସେଠାରେ ବିଏସ୍‌କେୱାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରାୟ ୪୫୦କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କରିବାକୁ ଥିଲେ ହେଁ ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇନି। କିନ୍ତୁ ମୁଖ୍ୟମନ୍ତ୍ରୀ ପାରଳାଖେମୁଣ୍ଡି ବାଇପାସ୍‌ ରୋଡ୍‌ର ଉଦ୍‌ଘାଟନ କରିବେ ବୋଲି ଆପାତତଃ ସ୍ଥିର ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ବିଜେଡି ନେତାମାନଙ୍କୁ ରବିବାରଠାରୁ ଗଜପତି ଗସ୍ତରେ ଯିବାକୁ କୁହାଯାଇଛି। ସେହିପରି ଅକ୍ଟୋବର ୭ରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲା ଗସ୍ତରେ ଯିବେ। ବ୍ରହ୍ମଗିରିରେ ବିଏସ୍‌କେୱାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ପ୍ରାୟ ୨୫୦କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ବିଜେଡି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା, ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍‌ପି କେ.ବି ସିଂହ ଓ ବରିଷ୍ଠ ଅଧିକାରୀମାନେ ଆଜି ବ୍ରହ୍ମଗିରି ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟକ୍ରମ ନେଇ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କେଉଁଠି ହେଲିପ୍ୟାଡ୍ ହେବ, କେଉଁଠି ସଭା ହେବ ସବୁ ବୁଲି ଦେଖିବା ସହ କେଉଁ ଅଞ୍ଚଳର କେତେ ହିତାଧିକାରୀଙ୍କ କାର୍ଡ ଦିଆଯିବ, ଅନ୍ୟ ସବୁ କ’ଣ କାର୍ୟ୍ୟକ୍ରମ ହେବ, କେଉଁ ବ୍ଲକରେ କେଉଁ ନେତା ଉପସ୍ଥିତ ରହିବେ ତାହାର ସମୀକ୍ଷା କରିଛନ୍ତି। ଅପରପକ୍ଷେ ୯ତାରିଖରେ ଦେବଗଡ଼ରେ ବିଏସ୍‌କେୱାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ ହେବାକୁ ଥିବାବେଳେ ଏଠାକୁ ମୁଖ୍ୟମନ୍ତ୍ରୀ ଯିବେ ନା ଭର୍ଚୁଆଲ ମୋଡରେ ଉଦ୍‌ଘାଟନ କରିବେ ସେନେଇ ଏବେ ଦ୍ବନ୍ଦ୍ବ ରହିଛି। ରବିବାର ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ ଦେବଗଡ଼ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ କରିବେ। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସୂଚୀ ସ୍ଥିର ହେବ ବୋଲି ଜଣାପଡ଼ିଛି। ଏଠାରେ ମଧ୍ୟ ବହୁ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ହେବାର ରହିଛି। ଅପରପକ୍ଷେ ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍ ଜିଲ୍ଲା ଗସ୍ତ ବିରୋଧୀ ଶିବିରରେ ଚର୍ଚ୍ଚାର ବିଷୟ ପାଲଟିଛି। ବିଜେଡି ସରକାରୀ କାର୍ୟ୍ୟକ୍ରମ ମାଧ୍ୟମରେ ଏବେ ଏକରକମ ନିର୍ବାଚନ ପ୍ରସ୍ତୁତି ଆରମ୍ଭ କରିଦେଇଥିବାବେଳେ ବିଜେପି ଓ କଂଗ୍ରେସ ପକ୍ଷରୁ କିଛି ବି ଆଖିଦୃଶିଆ କାର୍ୟ୍ୟକ୍ରମ ହେଉନି। ତେଣୁ ଏବେ ବିଜେଡି ଯେପରି ବିଏସ୍‌କେୱାଇ ସ୍ମାର୍ଟ କାର୍ଡ ବଣ୍ଟନ କାର୍ୟ୍ୟକ୍ରମ ଆଳରେ ବ୍ଲକ ସ୍ତରରେ ବିଭିନ୍ନ କାର୍ୟ୍ୟକ୍ରମ କରୁଛି, ଲୋକଙ୍କ ସହ ସଂପୃକ୍ତ ହେଉଛି ବିଜେପି ମଧ୍ୟ ସେହିପରି କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ୟ୍ୟକ୍ରମ କରିବାକୁ ଯୋଜନା କରୁଥିବା ଜଣାପଡ଼ିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!