Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ରୁ ମାଟ୍ରିକ୍ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
March 6, 2023
in Education, State
୧୦ରୁ ମାଟ୍ରିକ୍ ପରୀକ୍ଷା
165
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଆସନ୍ତା ୧୦ ତାରିଖରୁ ମାଟ୍ରିକ୍ ପରୀକ୍ଷାର ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପରୀକ୍ଷା ଅନୁଷ୍ଠିତ ହେବ। ଏଥିନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ପର୍ବ ଚୂଡ଼ାନ୍ତ ପର‌୍ୟ୍ୟାୟରେ ପହଞ୍ଚିଛି। ଏହି ପରୀକ୍ଷା ୨୦ ତାରିଖ ପର‌୍ୟ୍ୟନ୍ତ ଚାଲୁ ରହିବ। ଚଳିତ ବର୍ଷ ରାଜ୍ୟର ୩୨୧୮ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ। ଏନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଏହି ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବା ଉପରେ ବୈଠକରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ଏସ୍‌ପି, ଜିଲ୍ଲା ଶିକ୍ଷାଧିକାରୀ ଏବଂ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ସମସ୍ତ ପରୀକ୍ଷା କେନ୍ଦ୍ରରେ ଆବଶ୍ୟକ ସଂଖ୍ୟକ ପର‌୍ୟ୍ୟବେକ୍ଷକ ଓ ଫ୍ଲାଇଂ ସ୍କ୍ୱାର୍ଡ ମୁତୟନ କରିବା, ପ୍ରଶ୍ନପତ୍ର ଓ ଉତ୍ତର ଖାତା ରହୁଥିବା ଷ୍ଟ୍ରଙ୍ଗ ରୁମ୍‌ରେ ୨୪ ଘଣ୍ଟିଆ ନିରାପତ୍ତା ବ୍ୟବସ୍ଥା ଯୋଗାଇ ଦେବା, ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସୁରକ୍ଷାକର୍ମୀ ମୁତୟନ କରିବା, ସବୁ କେନ୍ଦ୍ରରେ ପିଇବା ପାଣି ଓ ବିଦ୍ୟୁତ୍‌ର ବ୍ୟବସ୍ଥା କରିବା ତଥା ପରୀକ୍ଷା ପରିଚାଳନାରେ ବାଧା ସୃଷ୍ଟି କରୁଥିବା ବ୍ୟକ୍ତିମାନଙ୍କ ବିରୋଧରେ କଠୋର କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟ ସଚିବ ଶ୍ରୀ ଜେନା ନିର୍ଦ୍ଦେଶ ଦେଇଥିଲେ। ହବ୍‌ଗୁଡ଼ିକୁ ରବିବାରଠାରୁ ପ୍ରଶ୍ନପତ୍ର ପଠାଇବା ପ୍ରକ୍ରିୟା ଆରମ୍ଭ କରାଯାଇଛି। ପରୀକ୍ଷା ନିମନ୍ତେ କନ୍ଧମାଳରେ ୭ଟି, କୋରାପୁଟରେ ୫ଟି ଓ ମାଲକାନଗିରିରେ ୧୦ଟି ପୋଲିସ ଷ୍ଟେସନକୁ ମିଶାଇ ମୋଟ ୩୧୬ଟି ନୋଡ଼ାଲ ସେଣ୍ଟର କରାଯାଇଛି। ପରୀକ୍ଷା ଶେଷ ହେବା ପରେ ୫୬ଟି ପରୀକ୍ଷା କେନ୍ଦ୍ରରେ ଖାତା ଦେଖା ଆରମ୍ଭ କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!