Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ପୁରୁଣା ଢାଞ୍ଚାକୁ ଫେରିବ ମାଟ୍ରିକ୍ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
May 19, 2023
in Education, State
ବନ୍ୟା ପାଇଁ ୩୦ ଯାଏ ଘୁଞ୍ଚିଲା ନବମ ଛାତ୍ରଛାତ୍ରୀଙ୍କ ପଞ୍ଜିକରଣ
543
VIEWS
Share on FacebookShare on Twitter

କଟକ, (ବାଘୁଆବର୍ତ୍ତା): କୋଭିଡ୍ ମହାମାରୀ ସମୟରେ ପୂର୍ବପ୍ରଚଳିତ ମାଟ୍ରିକ୍ ପରୀକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଥିଲା । ଯାହାଫଳରେ ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ବର୍ଷକରେ ଦୁଇ ଥର ବୋର୍ଡ ପରୀକ୍ଷା ଦେବାକୁ ପଡିଲା । ଗତ ଦୁଇ ବର୍ଷ ହେଲା ଏହା ଚାଲିଛି । ତେବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପରୀକ୍ଷା ବ୍ୟବସ୍ଥାରେ ପୁଣି ପରିବର୍ତ୍ତନ ଆଣିବା ପାଇଁ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି । ବୋର୍ଡ ଦ୍ୱାରା ଦୁଇଟି ପର‌୍ୟ୍ୟାୟରେ ପରିଚାଳିତ ହେଉଥିବା ସମେଟିଭ୍ ଆସେସମେଣ୍ଟ୍‌-୧ ଏବଂ ୨ ପରୀକ୍ଷା ବଦଳରେ ମାଟ୍ରିକ୍ ପରୀକ୍ଷାର୍ଥୀମାନେ ଏଣିକି ଗୋଟିଏ ବୋର୍ଡ ପରୀକ୍ଷା ଦେବେ । ଏ ସମ୍ପର୍କରେ ବିଭାଗୀୟ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଗୁରୁବାର କଟକସ୍ଥିତ ବୋର୍ଡ କାର‌୍ୟ୍ୟାଳୟରେ ସୂଚନା ଦେଇଛନ୍ତି । କୋଭିଡ୍ ମହାମାରୀ ଯୋଗୁଁ ୨୦୨୦ରେ ବିଦ୍ୟାଳୟରେ ପାଠପଢ଼ା ଠପ୍ ହୋଇଯାଇଥିବା ବେଳେ ବିନା ପରୀକ୍ଷାରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ । ୨୦୨୧ ଏବଂ ୨୦୨୨ ଶିକ୍ଷାବର୍ଷରେ ବୋର୍ଡ କର୍ତ୍ତୃପକ୍ଷ ଦଶମ ଶ୍ରେଣୀର ପାଠ୍ୟକ୍ରମ ହ୍ରାସ କରିବା ସହ ପରୀକ୍ଷା ବ୍ୟବସ୍ଥା ଏବଂ ମୂଲ୍ୟାୟନ ପଦ୍ଧତିରେ ଅନେକ ପରିବର୍ତ୍ତନ କରିଥିଲେ । ମାଟ୍ରିକ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାକୁ ହେଲେ ଦଶମ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ୪ଟି ଫର୍ମେଟିଭ୍ ଆସେସମେଣ୍ଟ ପରୀକ୍ଷା ଏବଂ ବୋର୍ଡ ଦ୍ୱାରା ୨ଟି ସମେଟିଭ୍ ଆସେସମେଣ୍ଟ ପରୀକ୍ଷା ଦେବା ଲାଗି ବ୍ୟବସ୍ଥା କରାଯାଇଥିଲା । ଆଗାମୀ ବର୍ଷରୁ କିନ୍ତୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଗୋଟିଏ ବୋର୍ଡ ପରୀକ୍ଷା ଦେବେ ବୋଲି ବୋର୍ଡ ସୂତ୍ରରୁ ସୂଚନା ମିଳିଛି । ଏ ନେଇ ଖୁବ ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଜଣେ ଅଧିକାରୀ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!