Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟ୍ରିକ ପରୀକ୍ଷା ପାଇଁ ସିସିଟିଭି ବ୍ୟବସ୍ଥା ଚୁଡାନ୍ତ

by ସଞ୍ଜୟ ସ୍ୱାଇଁ
February 17, 2024
in Education, State
ମାଟ୍ରିକ ପରୀକ୍ଷା ପାଇଁ ସିସିଟିଭି ବ୍ୟବସ୍ଥା ଚୁଡାନ୍ତ
68
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ମାଟ୍ରିକ ପରୀକ୍ଷା ପାଇଁ ସିସି ଟିଭି ଵ୍ୟଵସ୍ଥା ଚୁଡାନ୍ତ । କଟକ ବୋର୍ଡ ଅଫିସରେ ହେଲା ସିସିଟିଭିର ଅସ୍ଥାୟୀ କମାଣ୍ଡ ସେଣ୍ଟର । ଆଜି ଵିଭିନ୍ନ ପରୀକ୍ଷା କେନ୍ଦ୍ରରୁ ହେବ ଓ୍ବେଵକାଷ୍ଟିଂର ପରୀକ୍ଷଣ । କପି ଓ ପ୍ରଶ୍ନପତ୍ର ଭାଇରାଲ ଭଳି ଘଟଣା ରୋକିଵା ପାଇଁ ହୋଇଛି ସିସିଟିଭି ବ୍ୟବସ୍ଥା । ସୂଚନା ଥାଉକି, ଆସନ୍ତା ଫେବୃୟାରୀ ୨୦ ହେବ ମାଟ୍ରିକ ପରୀକ୍ଷା । ପରୀକ୍ଷା ସୂଚୀ ପ୍ରକାଶ କଲା ମାଧ୍ୟମିକ ଶିକ୍ଷା ପରିଷଦ । ପରୀକ୍ଷା ଫେବୃୟାରୀ ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ ଅର୍ଥାତ୍ ୨୦ରେ ମାତୃଭାଷା, ଏହାପରେ ୨୩ରେ ଦ୍ଵିତୀୟ ଭାଷା ଇଂରାଜୀ, ୨୬ରେ ଗଣିତ ପରୀକ୍ଷା ହେବ । ଗଣିତ ପରୀକ୍ଷାରେ ପରୀକ୍ଷାର୍ଥୀମାନେ ଅଧିକ ୧୫ ମିନିଟ ସମୟ ପାଇବେ । ୨୮ରେ ତୃତୀୟ ଭାଷା, ମାର୍ଚ୍ଚ ୨ରେ ବିଜ୍ଞାନ ଓ ମାର୍ଚ୍ଚ ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ । ପରୀକ୍ଷା ସବୁଦିନ ସକାଳ ୯ ଟାରେ ଆରମ୍ଭ ହେବ । ପ୍ରତିଦିନ ଗୋଟିଏ ସିଟିଂରେ ପରୀକ୍ଷା ଅନୁଷ୍ଠିତ ହେବ । ଏଥର ରେଗୁଲାର ପରୀକ୍ଷାର୍ଥୀ ଭାବେ ୫ ଲକ୍ଷ ୫୧ ହଜାର ୬୧୧ ଜଣ ଛାତ୍ରଛାତ୍ରୀ ଫର୍ମ ଫିଲଅପ କରିଛନ୍ତି । ଏଥିପାଇଁ ୨୯୯୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ପ୍ରତିଟି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ବ୍ୟବସ୍ଥା କରାଯିବ । କପି ରୋକିବା ଲାଗି ତ୍ରିସ୍ତରୀୟ ସ୍କ୍ବାର୍ଡ ବ୍ୟବସ୍ଥା କରାଯାଇଛି । ଏଥର ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନସି ବା AI ମାଧ୍ୟମରେ ୱେବକାଷ୍ଟିଙ୍ଗ ବ୍ୟବସ୍ଥା କରାଯିବ ବୋଲି ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!