Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ମାଟ୍ରିକ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
February 21, 2025
in Education, State
ଆଜିଠୁ ମାଟ୍ରିକ ପରୀକ୍ଷା
43
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜିଠୁ ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ବୋର୍ଡ ପକ୍ଷରୁ ୩ ହଜାର ୧୩୩ ଟି ପରୀକ୍ଷା କେନ୍ଦ୍ର ଓ ୩୧୪ ଟି ନୋଡାଲ ସେଣ୍ଟରରେ ପରୀକ୍ଷା ଦେବେ ମୋଟ ୫ ଲକ୍ଷ, ୨୨ ହଜାର ୩୩୬ ପରୀକ୍ଷାର୍ଥୀ। ପ୍ରତି ସିଟିଂରେ ସକାଳ ୯ ଟାରୁ ପରୀକ୍ଷା ଆରମ୍ଭ ହେବ। ସାଢେ ୭ଟାରୁ ଛାତ୍ରଛାତ୍ରୀ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବେ। ସେହିପରି ପ୍ରଶ୍ନପତ୍ର ମଧ୍ୟ ନୋଡାଲ ସେଣ୍ଟରରୁ ବାହାରି ସାଢେ ସାତଟାରୁ ସାଢେ ଆଠଟା ମଧ୍ୟରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ । ଗତକାଲି କଟକ ସ୍ଥିତ କମାଣ୍ଡ କଣ୍ଟ୍ରୋଲ ରୁମରୁ ୬ଶହ କେନ୍ଦ୍ର ସହ ଲାଇଭ ଡେମୋ ବା ଡ୍ରାଏ ରନ କରାଯାଇଥିଲା। ଲାଇଭ ଷ୍ଟ୍ରିମିଂ କରି ବୋର୍ଡ ପରୀକ୍ଷା ବ୍ୟବସ୍ଥା, ପ୍ରଶ୍ନପତ୍ରର ସୁରକ୍ଷା ଓ ସୁପରିଚାଳନା ଉପରେ ସମୀକ୍ଷା କରାଯାଇଥିଲା । ଏଥର ସମସ୍ତ ପରୀକ୍ଷା କେନ୍ଦ୍ର ଓ ନୋଡାଲ ସେଣ୍ଟର ଉପରେ ନଜର ରଖିଛି ଏଆଇ କ୍ୟାମେରା। କୌଣସି ସ୍ଥାନରେ ଅନିୟମିତତା ବା ପ୍ରଶ୍ନପତ୍ର ଲିକ୍ ଭଳି ପ୍ରସଙ୍ଗ ଆସିଲେ ଲାଇଭ ମୋଡରୁ ତାହାକୁ ଦେଖି ତ୍ବରିତ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଥର ପରୀକ୍ଷାରେ ମୋବାଇଲକୁ ବାରଣ କରିବା ସହ ଚାରି ଥାକିଆ ସ୍କ୍ବାଡ୍ ବ୍ୟବସ୍ଥା କରାଯାଇଛି । ସେହିପରି ସବୁ ବିଷୟରେ ପ୍ରଶ୍ନପତ୍ରର ପ୍ରତି ପୃଷ୍ଠାରେ ୱାଟର ମାର୍କ ବ୍ୟବସ୍ଥା ରହିଛି। ଫଳରେ କେହି ଫଟୋ ଭାଇରାଲ କିମ୍ବା ଲିକ୍ କଲେ ତାହାର ତଥ୍ୟ ବୋର୍ଡକୁ ଜଣା ପଡିଯିବ। ଖରାକୁ ଦୃଷ୍ଟିରେ ରଖି ଏଥର ସବୁ ସେଣ୍ଟରରେ ଫ୍ୟାନ ଓ ପିଇବା ପାଣିର ସୁବିଧା କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!