Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୮ ତାରିଖ ସୁଦ୍ଧା ମାଟ୍ରିକ ଅଫଲାଇନ ପରୀକ୍ଷାର ସେଣ୍ଟର ଚୟନ

by ସଞ୍ଜୟ ସ୍ୱାଇଁ
July 13, 2021
in Education, State
୧୮ ତାରିଖ ସୁଦ୍ଧା ମାଟ୍ରିକ ଅଫଲାଇନ ପରୀକ୍ଷାର ସେଣ୍ଟର ଚୟନ
52
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା ଲାଗି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ର ପ୍ରସ୍ତୁତି ଜୋରଦାର ଚାଲିଛି । ଆସନ୍ତା ୧୪ ତାରିଖରେ ଅନ୍‌ଲାଇନ୍‌ରେ ଫର୍ମ ପୂରଣ ଅବଧି ଶେଷ ହେବା ପରେ ୧୮ ତାରିଖ ସୁଦ୍ଧା ପରୀକ୍ଷା କେନ୍ଦ୍ର ଚୟନ ପ୍ରକ୍ରିୟା ଚୂଡ଼ାନ୍ତ ହେବ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଏଥିଲାଗି ବୋର୍ଡ ପକ୍ଷରୁ ଏକ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ କରାଯାଇଛି । ଗାଇଡ୍‌ଲାଇନ୍‌ ଆଧାରରେ ଜିଲ୍ଲା ଶିକ୍ଷାଧିକାରୀମାନେ ଜିଲ୍ଲାସ୍ତରରେ ସେଣ୍ଟର ଚୟନ କରି ତାଲିକା ବୋର୍ଡ କାର୍ୟ୍ୟାଳୟକୁ ପଠାଇବା ଲାଗି ନିର୍ଦ୍ଦେଶ ଦିଆଯାଇଛି । ଅତିକମ୍‌ରେ ୧୦୦ ଜଣ ପରୀକ୍ଷାର୍ଥୀଙ୍କୁ ନେଇ ଗୋଟିଏ ସେଣ୍ଟର କରାଯିବ । ବିଦ୍ୟାଳୟ ଭିତ୍ତିଭୂମି ସୁଦୃଢ଼ ଥିଲେ ଶହେରୁ ଅଧିକ ପରୀକ୍ଷାର୍ଥୀଙ୍କୁ ନେଇ ମଧ୍ୟ ସେଣ୍ଟର୍‌ ହୋଇପାରିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ୧୮ ତାରିଖ ସୁଦ୍ଧା ସେଣ୍ଟର ଚୟନ ପ୍ରକ୍ରିୟା ଶେଷ ହେବା ପରେ ଉକ୍ତ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ଆସନ୍ତା ୨୮ ତାରିଖ ସୁଦ୍ଧା ପ୍ରଶ୍ନପତ୍ର ଏବଂ ଓଏମ୍‌ଆର ସିଟ୍‌ ବୋର୍ଡ କାର୍ୟ୍ୟାଳୟ ପକ୍ଷରୁ ପହଞ୍ଚାଇ ଦିଆଯିବ ବୋଲି କର୍ତ୍ତୃପକ୍ଷ କହିଛନ୍ତି । ମାଟ୍ରିକ୍‌ ବିକଳ୍ପ ମୂଲ୍ୟାୟନକୁ ନେଇ ଅସନ୍ତୁଷ୍ଟ ଥିବା ପରୀକ୍ଷାର୍ଥୀଙ୍କ ଲାଗି ଅଫ୍‌ଲାଇନ୍‌ରେ ପରୀକ୍ଷା ଆସନ୍ତା ୩୦ରୁ ଆରମ୍ଭ ହୋଇ ୫ ତାରିଖରେ ଶେଷ ହେବ । ପରୀକ୍ଷା ଫଳ ନେଇ ଅଧିକ ସଂଖ୍ୟାରେ ଛାତ୍ରଛାତ୍ରୀ ଅସନ୍ତୁଷ୍ଟ ଥିଲେ ମଧ୍ୟ ଫର୍ମପୂରଣ ଅଧିକ ହୋଇନଥିବା ସୂଚନା ମିଳିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!