Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟ୍ରିକ୍ ଖାତା ମୂଲ୍ୟାୟନ ଶେଷ, ମେ’ ମାସ ପ୍ରଥମ ସପ୍ତାହରେ ରେଜଲ୍ଟ

by ସଞ୍ଜୟ ସ୍ୱାଇଁ
April 8, 2025
in Education, State
ବନ୍ୟା ପାଇଁ ୩୦ ଯାଏ ଘୁଞ୍ଚିଲା ନବମ ଛାତ୍ରଛାତ୍ରୀଙ୍କ ପଞ୍ଜିକରଣ
61
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ମାଟ୍ରିକ୍ ଖାତା ମୂଲ୍ୟାୟନ ଶେଷ ହୋଇଛି । କେବଳ କିଛି ଅନ୍ୟ ଭାଷା ଉତ୍ତର ଖାତା ଯଥା ବେଙ୍ଗଲି, ତେଲୁଗୁ, ଉର୍ଦ୍ଧୁ ଭାଷାର ଖାତା ବୋର୍ଡ ଅଫିସ ପରିସରରେ ମୂଲ୍ୟାୟନ ଚାଲିଛି । ରାଜ୍ୟର ୫୨ଟି ଯାକ ମୂଲ୍ୟାୟନ କେନ୍ଦ୍ରରେ ମୂଲ୍ୟାୟନ ସରି ଉତ୍ତର ଖାତାଗୁଡ଼ିକ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପହଞ୍ଚିବା ପରେ ସେଗୁଡ଼ିକର ଟାବୁଲେସନ୍ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଟାବୁଲେସନ୍ କିପରି ତ୍ରୁଟିଶୂନ୍ୟ ହେବ ସେଥିଲାଗି ବୋର୍ଡ କର୍ତ୍ତୃପକ୍ଷ ଗୁରୁତ୍ୱ ଦେଇଛନ୍ତି । ଏଥିଲାଗି ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହିତ କର୍ତ୍ତୃପକ୍ଷ ସମୀକ୍ଷା କରିଛନ୍ତି । ଟାବୁଲେସନ୍ ପରେ ପରୀକ୍ଷା ଫଳ ପ୍ରସ୍ତୁତ ଲାଗି ପ୍ରୋସେସିଂ କରାଯିବ । ମେ ମାସ ପ୍ରଥମ ସପ୍ତାହରେ ଫଳ ପ୍ରକାଶନ ଲାଗି ସମୟ ଧାର୍ଯ୍ୟ ରହିଥିବାରୁ ଟାବୁଲେସନ୍ ଓ ମାର୍କ ପ୍ରୋସେସିଙ୍ଗ୍ କାର୍ଯ୍ୟ ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ଶେଷ କରିବାକୁ ଧାର୍ଯ୍ୟ ରଖିଛନ୍ତି । ରୋଲ୍ ନମ୍ବର ଆଧାରରେ ମାର୍କ ପ୍ରୋସେସିଂ କାର୍ଯ୍ୟ ପରେ ସାର୍ଟିଫିକେଟ୍ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହେବ । ଫଳ ପ୍ରକାଶ ମାତ୍ରେ ଡିଜିଟାଲ୍ ସାର୍ଟିଫିକେଟ୍ ୱେବ୍‌ସାଇଟ୍ରେ ଉପଲବ୍ଧ କରାଇବା ପାଇଁ ବ୍ୟବସ୍ଥା ଥିବାରୁ ଶେଷ ସପ୍ତାହ ମଧ୍ୟରେ ସାର୍ଟିଫିକେଟ୍ ପ୍ରସ୍ତୁତି କାର୍ଯ୍ୟ ସାରିବା ପାଇଁ କର୍ତ୍ତୃପକ୍ଷ ଲକ୍ଷ୍ୟ ରଖିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!