Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍‌ ରୋକିବାକୁ ବଡ଼ ପଦକ୍ଷେପ

by ସଞ୍ଜୟ ସ୍ୱାଇଁ
January 14, 2025
in Education, State
ଓ.ଏସ.ଏସ.ଟି.ଇ.ଟି. ର ଫର୍ମ ପୂରଣ ୨୦ ତାରଖ ଯାଏଁ ଘୁଞ୍ଚାଇ ଦିଆଯାଇଛି
98
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା) : ମାଟ୍ରିକ୍ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ବୋର୍ଡ ପକ୍ଷରୁ ବଡ଼ ବ୍ୟବସ୍ଥା । ଚଳିତ ବର୍ଷ ଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ । ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର କୌଣସି ପୃଷ୍ଠାର ମୋବାଇଲ କ୍ୟାମେରା କିମ୍ବା ସ୍କାନରରେ ଫଟୋ ଉଠିଲେ ସେହି ୱାଟର ମାର୍କ ଆସିଯିବ । କେଉଁ ପରୀକ୍ଷାର୍ଥୀଙ୍କର ସେହି ପ୍ରଶ୍ନପତ୍ର କେଉଁ ସେଣ୍ଟରର ଏବଂ କେଉଁ ହଲ୍‌ର ତାହା ସେଥିରୁ ଜଣାପଡିଯିବ । ଦେଶରେ ପ୍ରଶ୍ନପତ୍ର ପ୍ରସ୍ତୁତ କରୁଥିବା ବିଭିନ୍ନ ଫାର୍ମ ଓ ଦେଶର ପ୍ରମୁଖ ପରୀକ୍ଷା ପରିଚାଳନା ବୋର୍ଡ ଅନୁଧ୍ୟାନ କରିବା ପରେ ଏହି ୱାଟର ମାର୍କ ବ୍ୟବସ୍ଥା କରିଛି ମାଧ୍ୟମିକ ଶିକ୍ଷା ପରିଷଦ । ବୋର୍ଡର ପରୀକ୍ଷା ପରିଚାଳନା କମିଟି ଏହି ୱାଟର ମାର୍କ ବ୍ୟବସ୍ଥାକୁ ଅନୁମତି ପ୍ରଦାନ କରିସାରିଛି । ପରୀକ୍ଷାମୂଳକ ଭାବେ ଆସନ୍ତା ୧୭ ରେ ହେବାକୁ ଥିବା ପରୀକ୍ଷା ପ୍ରଶ୍ନପତ୍ରରେ ଏହି ୱାଟର ମାର୍କ ଲଗାଯାଇଛି । ପ୍ରତ୍ୟେକ ପ୍ରଶ୍ନପତ୍ରର ସିରିଏଲ ନମ୍ବର ଓ ପରୀକ୍ଷାର୍ଥୀଙ୍କ ରୋଲ୍ ନମ୍ବର ସମସ୍ତ ପ୍ରଶ୍ନପତ୍ରରେ ଏହି ୱାଟର ମାର୍କ ବ୍ୟବସ୍ଥାରେ ରହିଛି । ତେଣୁ ପ୍ରଶ୍ନପତ୍ର ଯଦି ଭାଇରାଲ୍ ହେଲା ତେବେ ତାହା କେଉଁ ସେଣ୍ଟରରୁ ଏବଂ କେଉଁ ପରୀକ୍ଷାର୍ଥୀଙ୍କର ତାହା ଜଣାପଡିବା ଅତି ସହଜ ହେବ । ତେଣୁ ଏହି ୱାଟର ମାର୍କ ବ୍ୟବସ୍ଥା ଦ୍ୱାରା ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ପ୍ରତିହତ ହୋଇ ପାରିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!