Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲିକ୍ ହୋଇନି ମାଟ୍ରିକ୍ ପରୀକ୍ଷା ପ୍ରଶ୍ନପତ୍ର : ସମୀର ଦାଶ

by ସଞ୍ଜୟ ସ୍ୱାଇଁ
March 20, 2023
in Education, State
ଆସନ୍ତା ୧୨ ତାରିଖରୁ +୨ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ
22
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମାଟ୍ରିକ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇନି । ମୁଦ୍ରଣଜନିତ ତ୍ରୁଟି ଥିଲା ବୋଲି ଗତକାଲି ବୋର୍ଡ ପକ୍ଷରୁ ସ୍ପଷ୍ଟ କାରଯାଇଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା କହିଛନ୍ତି । ଏଥିପାଇଁ ଛାତ୍ରଛାତ୍ରୀ କି ଅଭିଭାବକ ବ୍ୟସ୍ତ ହେବା ଦରକାର ନାହିଁ । ମାର୍କିଂ ସମୟରେ ପିଲାମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖାଯିବ । ଆଜି ମାଟ୍ରିକ ପରୀକ୍ଷାର ଶେଷ ଦିନ ଥିଲା । ତେବେ ସକାଳୁ ପୁରୀରେ ପ୍ରଶ୍ନପତ୍ର ଲିକ୍ ନେଇ ବିରୋଧୀଙ୍କ ଅଭିଯୋଗ ଭିତ୍ତିହୀନ ବୋଲି ମନ୍ତ୍ରୀ କହିଛନ୍ତି । ବୋର୍ଡ ସଭାପତି, ପୁରୀ ଜିଲ୍ଲା ଶିକ୍ଷା ଅଧିକାରୀ, ପୁରୀ ଜିଲ୍ଲାପାଳଙ୍କ ସହ ମନ୍ତ୍ରୀ କଥାହୋଇଥିଲେ । କୌଣସି ପ୍ରଶ୍ନପତ୍ର ଲିକ ହୋଇନଥିବା ସେ କହିଛନ୍ତି । ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ନେଇ ବିରୋଧୀ ହୋହଲ୍ଲା କରିଥିଲେ । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ନିଜ ଆସନରେ ଠିଆ ହୋଇ ପ୍ରସଙ୍ଗ ଉଠାଇଥିବା ବେଳେ ପରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି ଓ ଅନ୍ୟ ବିଜେପି ସଦସ୍ୟ ନାରାବାଜି କରି ଗୃହର ମଧ୍ୟଭାଗକୁ ଚାଲି ଆସିଥଲେ । ଶୂନକାଳରେ ଏହି ପ୍ରସଙ୍ଗ ଉଠାଇବାକୁ କହିଥିଲେ ବାଚସ୍ପତି । ହେଲେ ମାନିବାକୁ ନାରାଜ ଥିଲେ ବିଜେପି ସଦସ୍ୟ । ବିଜେପିକୁ ସମର୍ଥନ ଜଣାଇ କଂଗ୍ରେସ ସଦସ୍ୟ ମଧ୍ୟ ହୋହଲ୍ଲା କରିଥିଲେ । ଅଚଳାବସ୍ଥା ଜାରି ରହିବାରୁ ଗୃହକୁ ବାଚସ୍ପତି ଅପରାହ୍ନ ୪ଟା ପର‌୍ୟ୍ୟନ୍ତ ମୁଲତବି ରଖିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!