ଭୁବନେଶ୍ଵର, (ବାଘୁଆବାର୍ତ୍ତା): ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ । ପୁଣି ପାସ୍ ହାରରେ ଆଗରେ ରହିଲେ ଛାତ୍ରୀ । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଚଳିତବର୍ଷ ଅଧିକ । ଏଥର ୯୭.୦୫ ପ୍ରତିଶତ ଛାତ୍ରୀଙ୍କର ରହିଛି ପାସ୍ ହାର । ଏପଟେ ଛାତ୍ରଙ୍କ ପାସ୍ ଅଛି ୯୫.୭୫ ପ୍ରତିଶତ । ତେବେ ମୋଟ୍ ୫ଲକ୍ଷ ୧୬ ହଜାର ୪୨୬ ଜଣ ପିଲା ପାସ୍ କରିଛନ୍ତି । ଫଳାଫଳ ପୁସ୍ତିକା ଉନ୍ମୋଚନ କରି ରେଜଲ୍ଟ ଘୋଷଣା କଲେ ବିଭାଗୀୟ ମନ୍ତ୍ରୀ । ସବୁଠାରୁ ବଡ଼କଥା ହେଲା କଟକ-ଜଗତସିଂହପୁରରେ ମାଟ୍ରିକ୍ ରେଜଲ୍ଟ ପାସ୍ ହାର ସର୍ବାଧିକ ୯୭.୯୯ ପ୍ରତିଶତ ରହିଥିବାବେଳେ ମାଲକାନଗିରିରେ ସର୍ବନିମ୍ନ ୯୨.୬୮ ପ୍ରତିଶତ ପାସ୍ ହାର ରହିଛି ।





