Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯିବାବେଳେ ଓଲଟିଲା ବୋଲେରୋ

by ସଞ୍ଜୟ ସ୍ୱାଇଁ
February 21, 2025
in Accident, State
ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯିବାବେଳେ ଓଲଟିଲା ବୋଲେରୋ
125
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମାଟ୍ରିକ ପିଲାଙ୍କୁ ନେଇ ପରୀକ୍ଷା କେନ୍ଦ୍ରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହେଲା ବୋଲେରୋ । ସାଇକେଲ୍ ଆରୋହୀଙ୍କୁ ଧକ୍କା ଦେଇ ଓଲଟିଲା ବୋଲେରୋ । ଦୁର୍ଘଟଣା ହେବା ଫଳରେ ବୋଲେରୋରେ ଥିବା ୧୧ ଜଣ ପରୀକ୍ଷାର୍ଥୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ପରୀକ୍ଷାର୍ଥୀ ରାଜନଗର ବ୍ଲକ ଅନ୍ତର୍ଗତ ବିବେକାନନ୍ଦ ହାଇ ସ୍କୁଲ୍ର ହୋଇଥିବା ବେଳେ ଡାଙ୍ଗମାଳ ସ୍ଥିତ ନାଗାନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପରୀକ୍ଷା ଦେବାକୁ ଯାଉଥିଲେ । କେନ୍ଦ୍ରାପଡା ଜିଲ୍ଲା ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଡାଙ୍ଗମାଳ- ରାଜନଗର ରାସ୍ତାର କୃଷ୍ନ ନଗର ଠାରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ବିବେକାନନ୍ଦ ହାଇ ସ୍କୁଲ୍ର ୧୧ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଏକ ବୋଲେରୋ ଡାଙ୍ଗମାଳ ସ୍ଥିତ ନାଗାନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପରୀକ୍ଷା ଦେବାକୁ ଯାଉଥିଲା । କୃଷ୍ଣ ନଗର ଠାରେ ବୋଲେରୋଟି ଏକ ସାଇକେଲ୍ ଆରୋହୀଙ୍କୁ ଧକ୍କା ଦେଇ ଓଲଟି ପଡିଥିଲା । ଏହି ଦୁର୍ଘଟଣା ଫଳରେ ୯ ଜଣ ପରୀକ୍ଷାର୍ଥୀ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ଦୌଡ଼ି ଆସି ତୁରନ୍ତ ସମସ୍ତ ପରୀକ୍ଷାର୍ଥୀଙ୍କୁ ଉଦ୍ଧାର କରିଥିଲେ ଏବଂ ପୋଲିସକୁ ଘଟଣା ସମ୍ପର୍କରେ ଖବର ଦେଇଥିଲେ । ପରୀକ୍ଷାର୍ଥୀଙ୍କୁ ଉଦ୍ଧାର କରି ଡାଙ୍ଗମାଳ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପାଇଁ ଭର୍ତ୍ତି କରାଇଥିଲେ । ସେଠାରେ ସେମାନଙ୍କ ପ୍ରାଥମିକ ଚିକିତ୍ସା କରାଯାଇଥିଲା । ଚିକିତ୍ସା ପରେ ପରୀକ୍ଷା ପାଇଁ ନାଗାନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପଠାଇ ଦିଆଯାଇଛି । ସେପଟେ ଖବର ପାଇ ତାଳଚ୍ଚୁଆ ସାମୁଦ୍ରିକ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଥିବା ବେଳେ ସାଇକେଲ ଆରୋହୀଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!