Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୨୦ ତାରିଖ ସୁଦ୍ଧା ବାହାରିବ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା ରେଜଲ୍ଟ

by ସଞ୍ଜୟ ସ୍ୱାଇଁ
August 7, 2021
in Education, State
ଆସନ୍ତା ୨୦ ତାରିଖ ସୁଦ୍ଧା ବାହାରିବ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା ରେଜଲ୍ଟ
36
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଆସନ୍ତା ୨୦ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା ରେଜଲ୍ଟ । ଏଥିଲାଗି ଜୋରଦାର ଉଦ୍ୟମ ଚାଲିଛି। ଚଳିତ ବର୍ଷ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିବା ସତ୍ତ୍ୱେ ଗତବର୍ଷଠାରୁ ଶୀଘ୍ର ଆରମ୍ଭ ହେବ ଯୁକ୍ତ ୨ ନାମଲେଖା । ଅଫଲାଇନ୍‌ ପରୀକ୍ଷା ଦେଇଥିବା ପିଲାଙ୍କୁ ବି ନାମ ଲେଖା ପାଇଁ ଯଥେଷ୍ଟ ସୁଯୋଗ ମିଳିବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଏନେଇ ମନ୍ତ୍ରୀ କହିଛନ୍ତି, ଗତ ବର୍ଷ କିଛି ସମସ୍ୟା ନ ଥାଇ ଅଗଷ୍ଟ ୨୧ରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଚଳିତ ବର୍ଷ ଏହାର ସପ୍ତାହକ ପୂର୍ବରୁ ଆରମ୍ଭ ହେବ ଆଡ଼ମିଶନ ପ୍ରକ୍ରିୟା । ଅପରପକ୍ଷେ, ମାଟ୍ରିକ ଅଫଲାଇନ୍‌ ଖାତା ଦେଖା ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ଆସନ୍ତା ୨୦ ତାରିଖ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ। ଏଥିପାଇଁ ବୋର୍ଡ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଖୁବ୍‌ ଶୀଘ୍ର ତାରିଖ ଘୋଷଣା କରାଯିବ । ଅଫଲାଇନ୍‌ ପରୀକ୍ଷା ଦେଇଥିବା କୌଣସି ପିଲା ଯେପରି ଯୁକ୍ତ୨ରେ ଆଡମିଶନ ପାଇବାରୁ ବଞ୍ଚିତ ନ ହୁଅନ୍ତି ତା’ ଉପରେ ତିକ୍ଷଣ ଦୃଷ୍ଟି ରଖିଛୁ। ଏପରିକି ଆବଶ୍ୟକ ପଡ଼ିଲେ ଯୁକ୍ତ ୨ ନାମଲେଖା ପ୍ରକ୍ରିୟା ଗୋଟିଏ ମାସ ପାଇଁ ରଖିବାକୁ ସ୍ଥିର କରିଛୁ ବୋଲି କହିଛନ୍ତି ମନ୍ତ୍ରୀ। ଏଥର ୫୫ ହଜାରରୁ ଅଧିକ ସିଟ ବୃଦ୍ଧି ପାଇଁ କଲେଜଗୁଡିକ ଆବେଦନ କରିଛନ୍ତି । ତେବେ ବିଜ୍ଞାନ ପାଇଁ ଲାବୋରେଟୋରୀ ସମସ୍ୟା ହୋଇପାରେ । ତେଣୁ ଏସବୁର ଭିତ୍ତିଭୂମି ଯାଞ୍ଚ ଚାଲିଛି। ଗତକାଲି ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ମଧ୍ୟ ବୈଠକ ବସିଥିଲା । ସେଲ୍ଫ ଫାଇନାନ୍ସିଂ କଲେଜର ଅଧିକ ଯାଞ୍ଚ ହେଉଛି । ସେମାନେ ଲାବୋରେଟୋରୀ ସୁବିଧା କେତେ ଯୋଗାଇ ପାରିବେ, ତାହାର ଅନୁଧ୍ୟାନ ଚାଲିଥିବା ମନ୍ତ୍ରୀ କହିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!