Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟ୍ରିକ୍ ଓ +୨ ପରୀକ୍ଷା ସ୍ଥଗିତ, ୧୯ରୁ ରାଜ୍ୟର ସବୁ ସ୍କୁଲ୍ ଓ ହଷ୍ଟେଲ୍ ବନ୍ଦ

by ସଞ୍ଜୟ ସ୍ୱାଇଁ
April 15, 2021
in Nayagarh
ମାଟ୍ରିକ୍ ଓ +୨ ପରୀକ୍ଷା ସ୍ଥଗିତ, ୧୯ରୁ ରାଜ୍ୟର ସବୁ ସ୍କୁଲ୍ ଓ ହଷ୍ଟେଲ୍ ବନ୍ଦ
419
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ସାଂପ୍ରତିକ କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ତଦନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ୧୮.୫.୨୧ ରିଖ ଠାରୁ ଆରମ୍ଭ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। କୋଭିଡ-୧୯ ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ। ଜୁନ୍ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ୩ ମଇ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ। ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡ଼ିବ ନାହିଁ । ବର୍ତ୍ତମାନ ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା.୧୯.୪.୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ । ଏହି ନିଷ୍ପତ୍ତି ଓଡ଼ିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସମସ୍ତ ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ୩ ମଇ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି। ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ। ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡ଼ିବ ନାହିଁ । ବର୍ତ୍ତମାନ ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା.୧୯.୪.୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ । ଏହି ନିଷ୍ପତ୍ତି ଓଡ଼ିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସମସ୍ତ ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ।

ସେହିପରି ସିବିଏସଇ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସହ ସହବନ୍ଧିତ ରାଜ୍ୟର ସମସ୍ତ ଇଂରାଜି ମାଧ୍ୟମ ବିଦ୍ୟାଳୟ ନିମନ୍ତେ ୧୪.୪.୨୧ରୁ ସିବିଏସଇ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ। ଆସନ୍ତା ୧୯.୦୪.୨୧ ଠାରୁ ରାଜ୍ୟର ସମସ୍ତ ଇଂରାଜି ମାଧ୍ୟମ ସ୍କୁଲ ଓ ସେମାନଙ୍କ ଦ୍ବାରା ପରିଚାଳିତ ହଷ୍ଟେଲଗୁଡ଼ିକ ମଧ୍ୟ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!