Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
February 9, 2024
in Health, Nayagarh, State
ଫାଇଲେରିଆ ବା ବାତଜ୍ଵର  ନିରାକରଣ ନିମନ୍ତେ ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ
81
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆସନ୍ତା ୧୦ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ନୟାଗଡ଼ ଜିଲ୍ଲାର ଦଶପଲ୍ଲା ବ୍ଲକରେ ଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ‘ଏକକାଳୀନ ସାମୁହିକ ଔଷଧ ସେବନ’ କାର‌୍ୟ୍ୟକ୍ରମ ହେବାକୁ ଯାଉଅଛି । ଏହି କାର‌୍ୟ୍ୟକ୍ରମ ମାଧ୍ୟମରେ ‘ଡି.ଇ.ସି’ ବଟିକା ସହ ‘ଆଲ୍‌ବେଣ୍ଡାଜୋଲ’ ବଟିକା ବୟସ ଅନୁପାତରେ ଗୋଟିଏ ମାତ୍ରାର ଔଷଧ ଲୋକମାନଙ୍କୁ ପ୍ରଶିକ୍ଷିତ ଓ ଦକ୍ଷ ଔଷଧ ପ୍ରଦାନକାରୀମାନେ ପ୍ରତ୍ୟକ୍ଷ ଭାବରେ ଖାଇବାକୁ ଦେବେ । ଏହି ଔଷଧ ପ୍ରଦାନକାରୀମାନେ ହେଲେ – ଆଶାକର୍ମୀ, ଅଙ୍ଗନୱାଡିକର୍ମୀ ଓ ସ୍ୱେଚ୍ଛାସେବୀ । ଏହି ଔଷଧ ଏକ ନିରାପଦ ଔଷଧ ଅଟେ ଏବଂ ଏହାର ସାଧାରଣତଃ କୈାଣସି ପାର୍ଶ୍ବ ପ୍ରତିକ୍ରିୟା ନାହିଁ । ଏହାକୁ ଯେକୌଣସି ସମୟରେ କିଛି ଖାଦ୍ୟ ଖାଇବା ପରେ ଖାଇବା ଉଚିତ୍ ଓ ଯାହାଙ୍କ ଦେହରେ ପୂର୍ବରୁ ଫାଇଲେରିଆ କୀଟାଣୁ ଥୁବେ ଏହି ଔଷଧ ଖାଇଲା ପରେ ସେହି କୀଟାଣୁ ଗୁଡିକ ତୁରନ୍ତ ମରିଯିବା ହେତୁ ସାମାନ୍ୟ କିଛି ପାର୍ଶ୍ଵ ପ୍ରତିକ୍ରିୟା ଦେଖାଦେଇପାରେ, ଯଥା:- ଦେହରେ ନାଲି ନାଲି ଫଳିଯିବା, ସାମାନ୍ୟ ମୁଣ୍ଡ ବୁଲେଇବା, ବାନ୍ତି ବାନ୍ତି ଲାଗିବା କିମ୍ବା ବାନ୍ତି ହେବା, କୌଣସି ଗଣ୍ଠି ପାଖ ହଠାତ୍ ଫୁଲିଯିବା, ଯାହାକିଛି ସମୟ ପରେ ଆପେ ଆପେ ଭଲ ହୋଇଯାଇଥାଏ । ଏହା କୌଣସି କ୍ଷତିକାରକ ବା ଖରାପ ଲକ୍ଷଣ ନୁହେଁ । ଯାହାଙ୍କ ଠାରେ ସେପରି ଦେଖାଦେବ ତାଙ୍କର ଆଶୁ ଚିକିତ୍ସା ବ୍ୟବସ୍ଥା ମଧ୍ୟ ରହିଛି । ସେଥି ପାଇଁ ଜନସାଧାରଣ ବିଚଳିତ ନହେବା ଏବଂ ଔଷଧ ପ୍ରତ୍ୟାଖାନ ନକରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୧୦ ତାରିଖ ଦିବା ୧୦ ଘଟିକା ସମୟରେ ଦଶପଲ୍ଲା ସ୍ଥିତ ଆଦର୍ଶ ବିଦ୍ୟାଳୟ ସ୍କୁଲ ପ୍ରାଙ୍ଗଣରେ ବାତଜ୍ଵର ନିରାକରଣ ନିମନ୍ତେ ଏକକାଳୀନ ସାମୁହିକ ଔଷଧ ସେବନ କାର‌୍ୟ୍ୟକ୍ରମର ଶୁଭ ଉଦ୍ଦଘାଟନ କରାଯିବ ବୋଲି ସୂଚନା ଦିଆଯାଇଛି। ଏହି କାର‌୍ୟ୍ୟକ୍ରମର ବ୍ୟାପକ ସଚେତନତା ପାଇଁ ରୋଟାରୀ କ୍ଲବ ନୟାଗଡ଼ କାର‌୍ୟ୍ୟ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!