Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ନବୀନ ନିବାସରେ ବସିବ ମିଟିଂ

by ସଞ୍ଜୟ ସ୍ୱାଇଁ
March 14, 2024
in Politics, State
ଆଜି ନବୀନ ନିବାସରେ ବସିବ ମିଟିଂ
133
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଜେପି-ବିଜେଡି ମେଣ୍ଟକୁ ଜାରି ରହିଛି ସସପେନ୍ସ। ଏହି ଦୁଇ ଦଳ ମଧ୍ୟରେ ମେଣ୍ଟ ହେବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ଏହି ମେଣ୍ଟ ନେଇ ଆଜି ନବୀନ ନିବାସରେ ଜରୁରୀ ବୈଠକ ବସିବା ନେଇ ସୂଚନା ମିଳିଛି। ଏହି ବୈଠକରେ ମେଣ୍ଟ ସଂପର୍କରେ କିଛି ବଡ଼ ନିଷ୍ପତ୍ତି ହୋଇପାରେ ବୋଲି କୁହାଯାଉଛି। ବୈଠକକୁ ଦଳର ବରିଷ୍ଠ ନେତାମାନଙ୍କୁ ଡକରା ଯାଇଛି। ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକ ମାନଙ୍କୁ ମଧ୍ୟ ଏଥିରେ ଡକାଯାଇଥିବା ସୂଚନା ରହିଛି। ପୂର୍ବରୁ ଗତ ୬ ତାରିଖରେ ନବୀନ ନିବାସରେ ବୈଠକ ହୋଇଥିଲା। ଯେଉଁଥିରେ ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ବୋଲି ଅନ୍ୟପକ୍ଷରେ ଗତକାଲି ଦିଲ୍ଲୀରେ ରାଜ୍ୟ ନେତୃତ୍ୱଙ୍କ ସହ ଆଲୋଚନା କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ପୂର୍ବ ବୈଠକରେ ସମ୍ୟକ୍ ଆଲୋଚନା ପରେ ଗତକାଲି ଫାଇନାଲ କଲ୍ ଡାକି ରାଜ୍ୟ ନେତୃତ୍ୱଙ୍କ ସହ ମିଶି ମେଣ୍ଟ ଅଙ୍କ ଛିଡାଇବାକୁ ଚେଷ୍ଟା କରିଥିଲେ ଶାହ। ତେବେ ବୈଠକରୁ କ’ଣ ନିଷ୍କର୍ସ ବାହାରିଛି ତାହା ବର୍ତ୍ତମାନ ଯାଏ ସ୍ପଷ୍ଟ ହୋଇନି। କାଲି ଶାହଙ୍କ ଘରେ ବିଜେପି ରାଜ୍ୟ ନେତୃତ୍ୱଙ୍କ ବୈଠକ ବସିଥିଲା। ଗୃହ ମନ୍ତ୍ରୀଙ୍କୁ ଭେଟିଥିଲେ ଦିଲ୍ଲୀରେ ଡେରା ପକାଇଥିବା ରାଜ୍ୟ ବିଜେପି ନେତୃତ୍ୱ। ରାଜ୍ୟ ସଭାପତି ମନମୋହନ ସାମଲ, ସଙ୍ଗଠନ ସଂପାଦକ ମାନସ ମହାନ୍ତି, ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର ଓ ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସହ ଆଲୋଚନା କରିଥିଲେ ଅମିତ ଶାହ। ବୈଠକରେ ମେଣ୍ଟ ନେଇ ଫୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିବା ବେଳେ, ମେଣ୍ଟ ହେଉଛି ନା ନାହିଁ ସେ ନେଇ କିନ୍ତୁ ସ୍ପଷ୍ଟ ସୂଚନା ମିଳିପାରି ନାହିଁ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!