Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
June 15, 2023
in Crime, State
ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ
294
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବ୍ରହ୍ମପୁର ସ୍ଥିତ MKCG ମେଡିକାଲ କଲେଜ ଓ ହସ୍‌ପିଟାଲରେ ଜଣେ ଡାକ୍ତରୀ ଛାତ୍ରୀଙ୍କର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁଭାନୀ ପଟ୍ଟନାୟକ। ସେ ପିଜି ପ୍ରଥମ ବର୍ଷର ଚର୍ମ ବିଭାଗର ଛାତ୍ରୀ ଥିଲେ। ତାଙ୍କ ଘର ପୁରୁଷୋତ୍ତମପୁରରେ। ସୁଭାନୀ ହଷ୍ଟେଲରେ ରହୁଥିଲେ। ଆଜି ସକାଳେ ତାଙ୍କର ସାଙ୍ଗମାନେ ହସ୍‌ପିଟାଲ ଯିବା ପାଇଁ ବାହାରିବା ବେଳେ ତାଙ୍କ ରୁମ୍ ବନ୍ଦ ଥିଲା। ସେ ବାହାରି ନଥିଲେ। ପରେ ଜଣାପଡ଼ିଲା ତାଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ସଙ୍ଗେ ସଙ୍ଗେ ଡାକ୍ତରଖାନାକୁ ନିଆଯାଇଥିଲା। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ପୁଲିସ ପକ୍ଷରୁ ସୁଭାନୀଙ୍କ ବାପାଙ୍କ ବୟାନ ରେକର୍ଡ କରାଯାଇଛି। ତାଙ୍କ ବାପାଙ୍କ ସୂଚନା ଆଧାରରେ ପୁଲିସ କହିଛି ଯେ ସୁଭାନୀଙ୍କର ମାଇଗ୍ରେନ ସମସ୍ୟା ଥିଲା। ସେଥିପାଇଁ ସେ ଔଷଧ ଖାଉଥିଲେ। ଔଷଧର ଓଭରଡୋଜ ଯୋଗୁ ତାଙ୍କର ସମସ୍ୟା ହୋଇଥାଇପାରେ ବୋଲି ତାଙ୍କ ବାପା ଆଶଙ୍କା କରୁଛନ୍ତି। ତେବେ ସୁଭାନୀ ନିଜେ ଜଣେ ଡାକ୍ତର ହୋଇଥିବାରୁ ଔଷଧର ଓଭରଡୋଜ କେମିତି ନେଲେ, ତା’ ଉପରେ ସମସ୍ତଙ୍କର ସନ୍ଦେହ ହେଉଛି। ପୁଲିସ ଶବକୁ ଜବତ କରିବା ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି। ତା’ସହିତ ସୁଭାନୀଙ୍କ ହଷ୍ଟେଲ ରୁମ୍‌ରେ ପହଞ୍ଚି ଯାଞ୍ଚ କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସୁଭାନୀଙ୍କ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!