Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪୧ ବର୍ଷ ପରେ ଭାରତ ପୁରୁଷ ହକିକୁ ଅଲିମ୍ପିକ୍ସର ସେମିଫାଇନାଲରେ

by ସଞ୍ଜୟ ସ୍ୱାଇଁ
August 1, 2021
in NATIONAL NEWS, WORLD
୪୧ ବର୍ଷ ପରେ  ଭାରତ ପୁରୁଷ ହକିକୁ ଅଲିମ୍ପିକ୍ସର ସେମିଫାଇନାଲରେ
112
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ଚଳିତ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ୍ ସେମିଫାଇନାଲରେ ପହଞ୍ଚିଛି। ରବିବାର ଭାରତୀୟ ପୁରୁଷ ଟିମ୍ କ୍ୱାର୍ଟର୍ ଫାଇନାଲରେ ଗ୍ରେଟ୍ ବ୍ରିଟେନକୁ ୩-୧ ଗୋଲରେ ହରାଇ ଅନ୍ତିମ-୪ ଟିକେଟ୍ କାଟିଛି। ଏଥିସହ ଭାରତ ୪୧ ବର୍ଷ ପରେ ଅଲିମ୍ପିକ୍ସର ସେମିଫାଇନାଲରେ ସ୍ଥାନ ହାସଲ କରିଛି। ଏହା ପୂର୍ବରୁ ୧୯୮୦ ଅଲିମ୍ପିକ୍ସରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଥିଲା। ତେବେ ଏହା ପରଠାରୁ ଭାରତ ଥରେ ବି ସେମିକୁ ଉତ୍ତୀର୍ଣ୍ଣ ହୋଇପାରିନାହିଁ। ଏବେ ସେମିଫାଇନାଲରେ ଭାରତର ସାମ୍ନା ବେଲଜିୟମ ସହ ହେବ। ଏହି ମ୍ୟାଚ୍ ବୁଧବାର ଖେଳାଯିବ। ଅନ୍ୟପକ୍ଷରେ ଭାରତୀୟ ମହିଳା ଟିମ୍ ଆସନ୍ତାକାଲି କ୍ୱାର୍ଟର୍ ଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ। କ୍ୱାର୍ଟର୍ ଫାଇନାଲରେ ଭାରତ ପକ୍ଷରୁ ଦିଲପ୍ରୀତ ସିଂହ (ଦ୍ୱିତୀୟ), ଗୁରଜନ୍ତ ସିଂହ (୧୬ଶ) ଓ ହାର୍ଦ୍ଦିକ ସିଂହ (୪୫ତମ) ଗୋଟିଏ ଲେଖାଏ ଗୋଲ୍ ଦେଇଥିଲେ। ବ୍ରିଟେନ୍ ପକ୍ଷରୁ ସାମ୍ ୱାର୍ଡ (୪୫ତମ) ଏକମାତ୍ର ଗୋଲ୍‌ ସ୍କୋର କରିଥିଲେ। ମ୍ୟାଚର ପ୍ରଥମ ହାଫ୍ ଭାରତ ନାଁରେ ରହିଥିଲା। ଆରମ୍ଭରୁ ହିଁ ଭାରତ ଆକ୍ରମଣ କରିଥିଲା। ପ୍ରଥମ କ୍ୱାର୍ଟରରେ ଭାରତକୁ ଗୋଟିଏ ସଫଳତା ମିଳିଥିଲା। ମ୍ୟାଚର ସପ୍ତମ ମିନିଟରେ ଦିଲପ୍ରୀତ ଫିଲ୍ଡ ଗୋଲ୍ ଦେଇ ଭାରତକୁ ୧-୦ରେ ଆଗୁଆ କରାଇଥିଲେ। ଦ୍ୱିତୀୟ କ୍ୱାର୍ଟରରେ ଗୁରଜନ୍ତ ମଧ୍ୟ ଫିଲ୍ଡ ଗୋଲ୍‌ ଦେଇ ସ୍କୋରକୁ ୨-୦ରେ ପହଞ୍ଚାଇଥିଲେ। ତୃତୀୟ କ୍ୱାର୍ଟରର ଶେଷ ମିନିଟରେ ଗ୍ରେଟ୍ ବ୍ରିଟେନକୁ ପେନାଲ୍ଟି କର୍ଣ୍ଣର ମିଳିଥିଲା, ଯାହାକୁ ଗୋଲରେ ପରିଣତ କରିଥିଲେ ୱାର୍ଡ। ଚତୁର୍ଥ କ୍ୱାର୍ଟରରେ ଉଭୟ ଦଳ ପରସ୍ପର ଉପରକୁ ଘନଘନ ଆକ୍ରମଣ କରିଥିଲେ। ମ୍ୟାଚ୍ ଶେଷ ହେବାକୁ ଆଉ ତିନି ମିନିଟ୍‌ ବାକି ଥିବା ବେଳେ ହାର୍ଦ୍ଦିକ ସିଂହ ଏକାକୀ ବଲକୁ ନେଇ ଗୋଲ୍‌ ଦେଇଥିଲେ। ଶେଷ ମିନିଟରେ ବ୍ରିଟେନକୁ ପେନାଲ୍ଟି କର୍ଣ୍ଣର ମିଳିଥିଲେ ହେଁ, ଏହାକୁ ସେମାନେ ଗୋଲରେ ପରିଣତ କରିପାରିନଥିଲେ। ଆଉ ଏଥିସହ ଭାରତ ମୁକାବିଲାକୁ ୩-୧ରେ ଜିତି ନେଇଥିଲା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!