Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡ୍‌ ପରେ ଛୁଆଙ୍କ ଭିତରେ ବଢ଼ୁଛି ଏମଆଇ ସିଣ୍ଡ୍ରୋମ

by ସଞ୍ଜୟ ସ୍ୱାଇଁ
September 9, 2021
in Health, State
କୋଭିଡ୍‌ ପରେ ଛୁଆଙ୍କ ଭିତରେ ବଢ଼ୁଛି ଏମଆଇ ସିଣ୍ଡ୍ରୋମ
127
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କୋଭିଡ୍ ସଂକ୍ରମିତ ଛୁଆଙ୍କ ଭିତରେ ଏମଆଇ ସିଣ୍ଡ୍ରୋମ ବଢ଼ୁଛି, ଯାହାର ଉପଯୁକ୍ତ ଚିକିତ୍ସା ନ ହେଲେ ମାରାତ୍ମକ ହେବ। ତେଣୁ ଲକ୍ଷଣ ଦେଖା ଦେଉ ଦେଉ ଏହାର ଉପଯୁକ୍ତ ଚିକିତ୍ସା କରି ପିଲାଙ୍କୁ ସୁରକ୍ଷିତ ରଖିବାକୁ ପରାମର୍ଶ ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି, କୋଭିଡ୍ ସଂକ୍ରମଣର ମାସେ ଭିତରେ ଶିଶୁଙ୍କ ଠାରେ ଏମଆଇ ସିଣ୍ଡ୍ରୋମ ବଢୁଛି। ଦ୍ୱିତୀୟ ଲହରୀରେ ବହୁତ ପିଲା ଏମ୍‌ଆଇ ସିଣ୍ଟ୍ରୋମରେ ହସ୍ପିଟାଲ ଆସୁଛନ୍ତି। କୋଭିଡରୁ ସୁସ୍ଥ ହେବା ପରେ ପିଲାଙ୍କର ମୁଣ୍ଡବିନ୍ଧା ଓ ଝାଡ଼ାବାନ୍ତି ଭଳି ଲକ୍ଷଣ ରହୁଛି। ଏଭଳି ଲକ୍ଷଣ ଦେଖାଗଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ଆବଶ୍ୟକ। ଡାକ୍ତରଙ୍କ ପରାମର୍ଶରେ ହସ୍ପିଟାଲରେ ଭର୍ତ୍ତି ହେଲେ ମୃତ୍ୟୁହାର କମିବ। ଏବେ ଏହାର ଚିକିତ୍ସା ବ୍ୟବସ୍ଥା ସବୁ ମେଡିକାଲ କଲେଜରେ ଉପଲବ୍ଧ ଅଛି। ଖୁବ୍‌ଶୀଘ୍ର ସବୁ ହସ୍ପିଟାଲରେ ଏହାର ଚିକିତ୍ସା ସୁବିଧା ମିଳିବ ବୋଲି କହିଛନ୍ତି ନିରଞ୍ଜନ ମିଶ୍ର। ରାଜ୍ୟରେ ଛୁଆଙ୍କ ସଂକ୍ରମଣରେ ବ୍ରେକ ଲାଗୁ ନାହିଁ, ଯାହାକି ଚିନ୍ତାର କାରଣ ପାଲଟିଛି । ଦୈନିକ ୧୦୦ରୁ ଅଧିକ ଛୁଆଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୧୧୭ ଜଣ ଛୁଆ ଅଛନ୍ତି, ଯେଉଁମାନଙ୍କ ବୟସ ଶୂନରୁ ୧୮ ବର୍ଷ ମଧ୍ୟରେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!