Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଗ୍ଧ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର କୋଭିଡ ସହାୟତା

by ସଞ୍ଜୟ ସ୍ୱାଇଁ
August 5, 2021
in Planning and Development, State
କୋଭିଡ କଟକଣାରେ ବିନା ଭକ୍ତରେ ଅନୁଷ୍ଠିତ ହେବ ରଥଯାତ୍ରା
139
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଦୁଗ୍‌ଧ ଚାଷୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ଏକ ଲକ୍ଷ ଦୁଗ୍‌ଧ ଚାଷୀ ୬୦୦୦ ଟଙ୍କା ପର୍ୟ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି। ସୂଚନାଯୋଗ୍ୟ ଯେ ଓମ୍‌ଫେଡ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍‌ଧ ଉତ୍ପାଦନ କରୁଛନ୍ତି । ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି ଏବଂ ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍‌ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଥମେ ଅଲମ୍ପିକ୍‌ରେ ଭାରତର ସଫଳତା ପାଇଁ ଭାରତୀୟ ଟିମ୍‌କୁ ଅଭିନନ୍ଦନ ଜଣାଇ କହିଲେ ଯେ ଭାରତୀୟ ହକୀ ଦଳର ଅନନ୍ୟ ସଫଳତା ପାଇଁ ଆମେ ସମସ୍ତେ ଗର୍ବିତ। ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି ଓ ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି। ଗରିବ ଲୋକଙ୍କ ଉପରେ କୋଭିଡ ମହାମାରୀର ପ୍ରଭାବ କମ୍ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିଶନ ଶକ୍ତିର ମା – ସମସ୍ତଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଛୋଟ ଚାଷୀଙ୍କ ରୋଜଗାରରେ ଗୋପାଳନର ଅବଦାନ ବିଷୟ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ସେମାନଙ୍କ ରୋଜଗାର ବଢାଇବା ସହିତ ଗ୍ରାମ ଅର୍ଥନୀତିକୁ ମଧ୍ୟ ଚଳଚଞ୍ଚଳ କରେ। ମା ମାନଙ୍କ ରୋଜଗାର ବଢାଇବା ସହିତ ସାଧାରଣ ଲୋକଙ୍କ ବିଶେଷକରି ପିଲାମାନଙ୍କ ପୁଷ୍ଟି ସାଧନରେ ଦୁଗ୍‌ଧର ବହୁତ ବଡ ଭୂମିକା ରହିଛି ବୋଲି ସେ କହିଥିଲେ। ତେଣୁ ଦୁଗ୍‌ଧ ଉତ୍ପାଦନରେ ଅଭିବୃଦ୍ଧି ଆଣି ରାଜ୍ୟର ପୁଷ୍ଟି ସ୍ତରକୁ ଆହୁରି ଉନ୍ନତି ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଦୁଗ୍ଧ ଚାଷୀଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରି ରିହାତି ଯୋଗାଇ ଦେଉଛନ୍ତି। ଚାଷୀମାନେ ଏହି ଯୋଜନାର ଉପଯୋଗ କରି ରାଜ୍ୟର ଦୁଗ୍‌ଧ ଉତ୍ପାଦନ ଲକ୍ଷ୍ୟ ପୂରଣରେ ସହଯୋଗ କରିବା ପାଇଁ ସେ ଅନୁରୋଧ କରିଥିଲେ। ଏହି କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରି ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ ରାଜ୍ୟରେ ଦୁଗ୍‌ଧ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ। ୫-ଟି ଓ ମୋ ସରକାର ରାଜ୍ୟ ପ୍ରଶାସନର ମୂଳମନ୍ତ୍ର ବୋଲି ପ୍ରକାଶ କରି ସେ କହିଲେ ଯେ ଏହାର ପ୍ରୟୋଗ ଦ୍ବାରା ରାଜ୍ୟ ପ୍ରାଣୀ ସଂପଦ କ୍ଷେତ୍ରରେ ପରିବର୍ତ୍ତନର ଧାରା ଆସିପାରିଛି । ହକିରେ ଭାରତର ବିଜୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ମଧ୍ୟ କୃତଜ୍ଞତା ପ୍ରକାଶ କରି ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଅବଦାନ ଯୋଗୁ ଆଜି ଓଡିଶା ବିଭିନ୍ନ କ୍ଷେତ୍ରରେ ଗୌରବାନ୍ବିତ ହୋଇପାରିଛି । ବରଗଡ ବିଧାୟକ ଶ୍ରୀ ଦେବେଶ ଆଚାର୍ୟ୍ୟ, ନବରଂଗପୁର ବିଧାୟକ ଶ୍ରୀ ସଦାଶିବ ପ୍ରଧାନୀ ଓ ବଡମ୍ବା ବିଧାୟକ ଶ୍ରୀ ଦେବୀପ୍ରସାଦ ମିଶ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟରେ ଚାଷୀ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ । କାର୍ୟ୍ୟକ୍ରମରେ ବରଗଡ, ନବରଂଗପୁର ଓ କଟକର ୩ ଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସ୍ବତନ୍ତ୍ର ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ । ବରଗଡରୁ ଶ୍ରୀମତା ସତ୍ୟବତୀ ସାହୁ, ନବରଂଗପୁରରୁ ଶ୍ରୀ ଖୋକନ ବିଶ୍ବାସ ଓ କଟକରୁ ଶ୍ରୀମତୀ ବିଜୟଲକ୍ଷ୍ମୀ ସ୍ବାଇଁ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରାଜ୍ୟ ସରକାର ସେମାନଙ୍କ ଦୁଗ୍‌ଧ ଚାଷ ପାଇଁ ଅନେକ ପ୍ରକାଶ ସହାୟତା ଦେଉଛନ୍ତି । ଗୋଖାଦ୍ୟ, ଔଷଧ, କ୍ୟାଲସିଅମ, ମିନେରେଲ ମିକ୍ସଚର ଆଦି ଅନେକ ସହାୟତା ମିଳୁଛି । ଦୁଗ୍‌ଧ ଚାଷ ଦ୍ବାରା ସେମାନଙ୍କ ଆର୍ଥିକ ଉନ୍ନତି ହେବା ସହିତ ସେମାନେ ପିଲାମାନଙ୍କୁ ଉଚ୍ଚ ଶିକ୍ଷା ଦେଇପାରିଛନ୍ତି ଏବଂ ଘର ଖଣ୍ଡେ ଖଣ୍ଡେ କରିପାରିଛନ୍ତି ବୋଲି କହିଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!