ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ପ୍ରାଣୀ ଓ ମତ୍ସ୍ୟ ସମ୍ପଦ ଏବଂ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି । ବାତ୍ୟା ପରେ କ୍ଷତିଗ୍ରସ୍ତ ହୋଇଥିବ ଚାଷୀ, କ୍ଷତିଗ୍ରସ୍ତ ହୋଇଥିବା ଫସଲକୁ ମନ୍ତ୍ରୀ ଅନୁଧ୍ୟାନ କରିଛନ୍ତି । ଏଥିସହିତ ଦୁଇ ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କ ସହ ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଛନ୍ତି । ବାତ୍ୟା ୟସ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି । ବାଲେଶ୍ୱର ଜିଲ୍ଲାରେ ଚିଙ୍ଗୁଡ଼ି ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି । କିଭଳି ଚାଷୀଙ୍କୁ ସୃଦୃଢ଼ କରାଯିବ । ଫସଲ ଉତ୍ପାଦନ ବୃଦ୍ଧି କରାଯିବ ସେ ନେଇ ମନ୍ତ୍ରୀ ଆଲୋଚନା କରିଛନ୍ତି । ଜମି ଗୁଡ଼ିକ ଜଳାର୍ଣ୍ଣବ ହୋଇ ରହିଥିବା ବେଳେ ଆଗାମୀ ଚାଷ ବାସ ନେଇ କି ପଦକ୍ଷେପ ନିଆଯିବ ତାହା ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।






