Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓମ୍ଫେଡ୍ ଦୁଗ୍ଧ ଉତ୍ପାଦକଙ୍କ ପାଇଁ ବଡ଼ ଘୋଷଣା

by ସଞ୍ଜୟ ସ୍ୱାଇଁ
June 1, 2025
in State
ଓମ୍ଫେଡ୍ ଦୁଗ୍ଧ ଉତ୍ପାଦକଙ୍କ ପାଇଁ ବଡ଼ ଘୋଷଣା
71
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷଠାରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକ ମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ ବୋଲି ଘୋଷଣା କରିଛନ୍ତି । ଏହାସହ ଓମଫେଡ ଚାଷୀ ମାନଙ୍କୁ ୧ ଲକ୍ଷ ଟଙ୍କା ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓମଫେଡ୍‌ ବାଲ୍ଟି ଦହି, ଏ-୨ ମିଲ୍କ, ଏ-୨ ଘିଅର ଶୁଭ ଉଦ୍ଘାଟନ କରିଥିଲେ । ଏହାସହ କାମଧେନୁ ଯୋଜନା ଅନ୍ତର୍ଗତ ଗୋପାଳନ, ମଇଁଷି ଉଦ୍ୟୋଗ ବିକାଶ, ମାଈ ବାଛୁରୀ ପାଳନ, ଗୋମହିଷାଦିଙ୍କ ବୀମାକରଣ, ଗୋପାଳକଙ୍କ ଆୟବୃଦ୍ଧି ନିମନ୍ତେ ନଗଦ ପ୍ରୋତ୍ସାହନ ଏବଂ ଘାସଚାଷ ପାଇଁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ୨୦୨୪-୨୫ ଆର୍ଥିକ ବର୍ଷରେ କାମଧେନୁ ଯୋଜନାରେ ପ୍ରାୟ ୩ ଲକ୍ଷ ଗୋପାଳକଙ୍କୁ ୭୧ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ । ରାଜ୍ୟର ୭୭ ଗୋଟି ପଞ୍ଜିକୃତ ଗୋଶାଳାରେ ଅସହାୟ ଗାଈଗୋରୁଙ୍କ ରକ୍ଷଣାବେକ୍ଷଣ ପାଇଁ ପ୍ରାଣୀକଲ୍ୟାଣ ସଂଗଠନ ମାନଙ୍କୁ ୧୦.୫ କୋଟି ଟଙ୍କାର ଆର୍ଥିକ ସହାୟତା ବଣ୍ଟନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ଏବଂ ଦୁଗ୍ଧ ଉତ୍ପାଦନ ଆମ ଗ୍ରାମୀଣ ଅର୍ଥନୀତିର ଏକ ପ୍ରମୁଖ ଅଙ୍ଗ । ଏହା କେବଳ ଏକ ଆୟର ଉତ୍ସ ନୁହେଁ ବରଂ ଆମ ସମାଜରେ ପୁଷ୍ଟିକର ଖାଦ୍ୟ ଯୋଗାଇବାରେ ମଧ୍ୟ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି । ଆମ ରାଜ୍ୟରେ ୨୦୨୩-୨୪ ବର୍ଷରେ ୨୬.୪ ଲକ୍ଷ ମେଟ୍ରିକ ଟନ୍ ଦୁଗ୍ଧ ଉତ୍ପାଦିତ ହୋଇଥିବା ବେଳେ ଏହାକୁ ଆଗାମୀ ୫ ବର୍ଷରେ ଦ୍ବିଗୁଣିତ କରିବା ପାଇଁ ଆମ ସରକାର ପ୍ରୟାସଶୀଳ । ସେଥିପାଇଁ ଆମର ଏହି ଲୋକଙ୍କ ସରକାର ରାଜ୍ୟରେ ଗୋପାଳନର ବିକାଶ ଓ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଆରମ୍ଭ କରିଛନ୍ତି, ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’। ସେ କହିଥିଲେ ଯେ, ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି । ଗତ ୨୦୨୪-୨୫ ଆର୍ଥିକ ବର୍ଷରେ ଏହି ଯୋଜନାରେ ୩ ଲକ୍ଷ ହିତାଧିକାରୀ ୭୧ କୋଟି ଟଙ୍କାର ଅନୁଦାନ ରାଶି ପାଇ ଉପକୃତ ହୋଇସାରିଲେଣି । ଏହି କାମଧେନୁ ଯୋଜନା ଅଧିନରେ ଅନେକ ଯୋଜନା ଆଜି ଆମର ରାଜ୍ୟ ଚାଷୀଙ୍କୁ ସମୃଦ୍ଧ କରୁଛି । ପ୍ରାଣୀକଲ୍ୟାଣ ପ୍ରତି ଆମ ସରକାର ସର୍ବଦା ସମ୍ବେଦନଶୀଳ । ସହାନୁଭୂତି, ସଂବେଦନଶୀଳତା ଓ ପର୍ଯ୍ୟାବରଣ ସୁରକ୍ଷା ପ୍ରତି ଥିବା ଉତ୍ତରଦାୟିତ୍ବକୁ ଭଲଭାବରେ ବୁଝି ନୂତନ ଗୋଶାଳା ପ୍ରତିଷ୍ଠା ଓ ପଞ୍ଜୀକୃତ ଗୋଶାଳାକୁ ସହାୟତା ଲକ୍ଷ୍ୟରେ ଆମ ସରକାର ୧୮୬ କୋଟି ଟଙ୍କା ବ୍ୟୟ-ଅଟକଳରେ ‘ମୁଖ୍ୟମନ୍ତ୍ରୀ ପ୍ରାଣୀକଲ୍ୟାଣ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ବୁଲା ଓ ଅସହାୟ ଗୋରୁଗାଈଙ୍କ ଖାଦ୍ୟ, ରକ୍ଷଣାବେକ୍ଷଣ ଓ ପରିଚାଳନା ନିମନ୍ତେ ପଞ୍ଜୀକୃତ ଗୋଶାଳାଗୁଡିକୁ ଗୋରୁ ପିଛା ଦୁଇଟି କିସ୍ତିରେ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ଦିଆଯାଉଛି । ପ୍ରଥମ ପର୍ଯ୍ୟାୟରେ ଗତ ନଭେମ୍ବର ମାସରେ ୬୮ଟି ଗୋଶାଳାକୁ ୯ କୋଟି ଟଙ୍କା ପ୍ରଦାନ କରାଯାଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୭୭ଟି ଗୋଶାଳାକୁ ୧୦.୫ କୋଟି ଟଙ୍କାର ଅନୁଦାନ ଆଜି ଦିଆଯାଇଛି । ଏହି ଅର୍ଥ ରାଜ୍ୟର ପ୍ରାୟ ୨୨ହଜାର ନିରାଶ୍ରୟ ଗୋରୁଗାଈଙ୍କ ରକ୍ଷଣାବେକ୍ଷଣରେ ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଅତ୍ୟନ୍ତ ଆନନ୍ଦର ବିଷୟ, ରାଜ୍ୟର ଖାଉଟିଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଆଜି ଓମଫେଡ଼ ପକ୍ଷରୁ ତିନୋଟି ନୂଆ ଉତ୍ପାଦର ବଜାରପ୍ରବେଶ କରାଯାଉଛି । ସେଗୁଡିକ ହେଲା-ବାଲ୍ଟି ଦହି, ଆମ ଓଡିଶାର ବିଞ୍ଝାରପୁରୀ ଗାଈ କ୍ଷୀରରୁ ପ୍ରସ୍ତୁତ ଦେଶୀ ଗାଈ ଘିଅ ଓ ସେହି ଗାଈ ପ୍ରଜାତିର A2 କ୍ଷୀର । ଆଜିଠାରୁ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ। ଖାଉଟିମାନଙ୍କ ପାଇଁ ବୃଦ୍ଧି ହେବାକୁ ଥିବା ଲିଟର ପ୍ରତି ୪ ଟଙ୍କାରୁ ୨ ଟଙ୍କା ସରକାର ବହନ କରିବେ। ଏହାଦ୍ଵାରା ରାଜ୍ୟର ପ୍ରାୟ ୨.୫ ଲକ୍ଷ ଗୋପାଳକ ସିଧାସଳଖ ଲାଭବାନ ହୋଇପାରିବେ। ଆମେ ଚାହୁଁଛୁ ଯେ ଓଡ଼ିଶା ଏକ ଦୁଗ୍ଧ ଉତ୍ପାଦନ ରାଜ୍ୟ ଭାବରେ ଦେଶରେ ଏକ ମଡେଲ୍ ସ୍ଥାନ ନେଉ । ଆମେ ସମସ୍ତେ ମିଳିତ ଭାବେ ଦୁଗ୍ଧ ସମୃଦ୍ଧ ଓଡ଼ିଶା, ସୁସ୍ଥ ଓଡ଼ିଶା ନାରାକୁ ସାକାର କରିବା ଉଚିତ ବୋଲିମୁଖ୍ୟମନ୍ତ୍ରୀ ପରିଶେଷରେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ, ବିଭିନ୍ନ ପ୍ରାଣୀକଲ୍ୟାଣ ସଂଗଠନର କର୍ମକର୍ତ୍ତା, ରାଜ୍ୟର ବିଭିନ୍ନ ଅଞ୍ଚଳର ଗୋପାଳକ ଓ ପ୍ରାଣୀପାଳକ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!